ଏସିଡିଏସ୍ ବୈଠକରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା

ହାଟଡିହି, (ଓ୍ବାଇଏନଏସ): କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକ କାର୍ଯ୍ୟାଳୟ ପରିସରରେ ବିଧାନସଭା ନିର୍ବାଚନମଣ୍ଡଳୀ ଉନ୍ନୟନ କମିଟି (ଏସିଡିଏସ୍)ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ (ସିଡିଓ) କୁମାର ନାଗଭୂଷଣଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ବୈଠକରେ ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନରେ ଚାଲୁଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଓ ସରକାରୀ ପ୍ରକଳ୍ପର ଅଗ୍ରଗତି ଉପରେ ବିସ୍ତୃତ ସମୀକ୍ଷା କରାଯାଇଥିଲା। ବିଶେଷକରି ହାଟଡିହି ଓ ଆନନ୍ଦପୁର ବ୍ଲକ ଅଞ୍ଚଳରେ ବିଭିନ୍ନ ସରକାରୀ ଯୋଜନା ମାଧ୍ୟମରେ ଚାଲୁଥିବା ରାସ୍ତାଘାଟ, ପାନୀୟ ଜଳ ଯୋଗାଣ, ଜଳସେଚନ ଓ ଅନ୍ୟାନ୍ୟ ଭିତ୍ତିଭୂମି ବିକାଶମୂଳକ ପ୍ରକଳ୍ପର ବର୍ତ୍ତମାନ ସ୍ଥିତି ଏବଂ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଆଲୋଚନା ହୋଇଥିଲା। ବିଭିନ୍ନ ବିଭାଗ ପକ୍ଷରୁ ହାତକୁ ନିଆଯାଇଥିବା ପ୍ରକଳ୍ପଗୁଡ଼ିକର ସ୍ଥିତାବସ୍ଥା ଓ କାର୍ଯ୍ୟାନ୍ୱୟନ ସମ୍ପର୍କରେ ଅଧିକାରୀମାନେ ନିଜ ନିଜର ତଥ୍ୟ ଉପସ୍ଥାପନ କରିଥିଲେ। ବୈଠକରେ ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସୋମନାଥ ଦାସ, ହାଟଡିହି ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ହାଟଡିହି ବିଡ଼ିଓ ରଞ୍ଜନ କୁମାର ପରିଡ଼ା ଓ ଆନନ୍ଦପୁର ବିଡ଼ିଓ ମାନସ କୁମାର ମହାନ୍ତ ପ୍ରମୁଖ ଯୋଗଦେଇଥିଲେ। ଏହାସହ ସହକାରୀ ନିର୍ବାହୀ ଯନ୍ତ୍ରୀ ମୋନାଲିସା ନାୟକ, ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ବାହୀ ଯନ୍ତ୍ରୀ ଆଶୁତୋଷ ସେଠୀ, ହାଟଡିହି ସହକାରୀ ଯନ୍ତ୍ରୀ ପ୍ରହ୍ଲାଦ ତରେଇ, ଆନନ୍ଦପୁର ସହକାରୀ ଯନ୍ତ୍ରୀ ପ୍ରିୟରଞ୍ଜନ ତିଆଡ଼ି, ଯନ୍ତ୍ରୀ ରଜତ କୁମାର ସେଠୀ, ଗ୍ରାମ୍ୟ ଜଳଯୋଗାଣ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ମାନସ ରଞ୍ଜନ ପରିଡ଼ା, ସହକାରୀ ଯନ୍ତ୍ରୀ ଜଗବନ୍ଧୁ ଧଡ଼ା ଓ ଯନ୍ତ୍ରୀ ନୀଳକମଳ ରାଉତଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇଥିଲେ। ସେହିପରି ଯନ୍ତ୍ରୀ ରବୀନ୍ଦ୍ରନାଥ ସୋରେନ, ପ୍ରଫୁଲ୍ଲ ବେହେରା, ମଦନ ମୋହନ ବେହେରା, କ୍ଷେତ୍ରବାସୀ ମାରାଣ୍ଡି, ଆରତୀବାଳା ଧଳ, ପ୍ରେମାନନ୍ଦ ଚଇନି ଓ ଧୀରେନ୍ଦ୍ର ମହାଳିକଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ। ବୈଠକରେ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ଉନ୍ନୟନମୂଳକ କାର୍ଯ୍ୟକୁ ଆଗେଇ ନେବା ସହ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ଉପରେ ନିୟମିତ ନଜର ରଖିବାର ଗୁରୁତ୍ୱ ଉପରେ ଆଲୋଚନା ହୋଇଥିଲା। ଜନସାଧାରଣଙ୍କ ମୌଳିକ ଆବଶ୍ୟକତା ପୂରଣ ଓ ଅଞ୍ଚଳର ସାମଗ୍ରିକ ବିକାଶକୁ ଅଧିକ ଗତିଶୀଳ କରିବା ଦିଗରେ ବିଧାୟକ ଗୁରୁତ୍ୱ ଦେଇଥିଲେ । ସିପି ସୁବ୍ରତ ନାୟକ, ଏସିପି ପ୍ରଶାନ୍ତ ସେଠୀ ଓ ମୁଖ୍ୟ କିରାଣୀ ପ୍ରତାପ ବୈଠା ପ୍ରମୁଖ ବୈଠକର ଆୟୋଜନ ଓ ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ