ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ନୂତନ ଲକ୍ଷ୍ୟ ଘୋଷଣା ଓ ବଣ୍ଟନ କାର୍ଯ୍ୟକ୍ରମ

ବାଲେଶ୍ୱର,(ସରୋଜ ପଣ୍ଡା): ଓଡ଼ିଶାର ମାନ୍ୟବର ମୁଖ୍ୟ ମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଆଜି ପୂର୍ବାହ୍ନ ୧୧ଟା ସମୟରେ ବଲାଙ୍ଗୀରସ୍ଥିତ ପାଟଣାଗଡ଼ ରୋଡ୍‌ର ପାଟରଚେପା ପଡ଼ିଆଠାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା–ଗ୍ରାମୀଣ (PMAY-G) ଅଧୀନରେ ଓଡ଼ିଶାକୁ ଆବାସ ପ୍ଲସ୍‌–୨୦୨୪ ସର୍ଭେ ତାଲିକା ଆଧାରରେ ନୂତନ ଆବାସ ଲକ୍ଷ୍ୟ ଆବଣ୍ଟନ ହୋଇଛି। ଓଡ଼ିଶାକୁ ମିଳିଲା ଆଉ ୧ ଲକ୍ଷ ଆବାସ, ମୋଟ ଆବାସ ସଂଖ୍ୟା ୫ ଲକ୍ଷକୁ ବୃଦ୍ଧି । ଏହି ଯୋଜନା ମାଧ୍ୟମରେ ଗ୍ରାମାଞ୍ଚଳର ଗରିବ ଓ ଆବାସହୀନ ପରିବାରଙ୍କୁ ପକ୍କା ଘର ଯୋଗାଇଦେବା ସହ ସେମାନଙ୍କ ଜୀବନଧାରଣର ମାନ ବୃଦ୍ଧି କରିବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ଅଟେ। ଏହି ଅବସରରେ ବାଲେଶ୍ୱର ସ୍ଥିତ ଆୟୁଷ୍ମାନ କଲ୍ୟାଣ ମଣ୍ଡପ ଠାରେ ଆୟୋଜିତ ସିଧା ପ୍ରସାରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଠାରେ ମାନ୍ୟବର ରାଜସ୍ବ ଓ ବିପର୍ଯ୍ୟୟ  ପରିଚାଳନା ମନ୍ତ୍ରୀ ଶ୍ରୀଯୁକ୍ତ ସୁରେଶ ପୂଜାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ମାନ୍ୟବର ମନ୍ତ୍ରୀଙ୍କ ସହିତ ମାନ୍ୟବର ବାଲେଶ୍ୱର ସାଂସଦ ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ମାନ୍ୟବର ବାଲେଶ୍ୱର ସଦର ବିଧାୟକ ଶ୍ରୀଯୁକ୍ତ ମାନସ କୁମାର ଦତ୍ତ, ମାନ୍ୟବର ନୀଳଗିରି ବିଧାୟକ ଶ୍ରୀଯୁକ୍ତ ସନ୍ତୋଷ କୁମାର ଖଟୁଆ, ମାନ୍ୟବର ଅଧ୍ୟକ୍ଷା ସଦର ବ୍ଲକ୍ ଶ୍ରୀମତୀ ସୁନୀତା ବେହେରା, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀଯୁକ୍ତ ତପନ କୁମାର ଖୁଣ୍ଟିଆ, ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ସଞ୍ଜୟ କୁମାର ରାଉତ, ମଣ୍ଡଳ ଲେବର କମିଶନର ଶ୍ରୀଯୁକ୍ତ ସନ୍ତୋଷ କୁମାର ମହାନ୍ତି ପ୍ରମୁଖ ମଞ୍ଚାସିନ ଥିଲେ। ପରେ ବାଲେଶ୍ୱର ସଦର ବ୍ଲକ ବିଭିନ୍ନ ପ୍ରାନ୍ତରୁ ଆସିଥିବା ଭତ୍ତା ହିତାଧିକାରୀମାନଙ୍କୁ ମାନ୍ୟବର ମନ୍ତ୍ରୀ ଭତ୍ତା ପ୍ରଦାନ କରିଥିଲେ ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ