ଅସହାୟା ମହିଳାଙ୍କୁ ସହଯୋଗର ହାତ ବଢାଇଲା ଟ୍ରଷ୍ଟ
କେନ୍ଦ୍ରାପଡ଼ା, (ଚିତ୍ତ ରଞ୍ଜନ ଦାଶ): ରାଜ୍ୟର ଜଣାଶୁଣା ସ୍ୱେଛାସେବୀ ଦାତବ୍ୟ ଅନୁଷ୍ଠାନ ‘ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ’ ସର୍ବଦା ଜିଲ୍ଲାର ଗରିବ, ଅବହେଳିତ ଲୋକଙ୍କ ପାଖରେ ପହଞ୍ଚି ସହଯୋଗର ହାତ ବଢାଇଥାଏ। ଆକସ୍ମିକ ଅଗ୍ନିକାଣ୍ଡରେ ଘର ପୋଡି ଯାଇଥିବା, ଦୂରାରୋଗ୍ୟ ବ୍ୟାଧିରେ ପିଡିତ ଅସହାୟ ବ୍ୟକ୍ତିବିଶେଷ ଏବଂ ଗରିବ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ଟ୍ରଷ୍ଟ ସହାୟତା ପ୍ରଦାନ କରିଥାଏ। ସ୍ୱାମୀଙ୍କ ମୃତ୍ୟୁ ପରେ ଅସହାୟ ହୋଇପଡିଥିବା ଜଣେ ଅସହାୟା ମହିଳାଙ୍କ ସମ୍ପର୍କରେ ଜାଣିବା ପରେ ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସ ତୁରନ୍ତ ତାଙ୍କୁ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତାଙ୍କ ନିର୍ଦ୍ଦେଶ କ୍ରମେ ଟ୍ରଷ୍ଟ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲାର ପଖଟ ଗ୍ରାମର ସ୍ୱର୍ଗତ ନାରାୟଣ ସେଠୀଙ୍କ ପତ୍ନୀ ଅସହାୟା ଗିତାଞ୍ଜଳୀ ସେଠୀଙ୍କୁ ୩ହଜାର ଟଙ୍କାର ଆର୍ଥିକ ସହୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟର ଟ୍ରଷ୍ଟି ଭୁବନମୋହନ ଦାସ ଟ୍ରଷ୍ଟ ପକ୍ଷରୁ ଏହି ସହାୟତା ପ୍ରଦାନ କରିଛନ୍ତି।


