ଐତିହାସିକ ବାଲିଯାତ୍ରା କଟକ – ୨୦୨୬ରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ପ୍ରଦର୍ଶନୀ ଉଦଘାଟିତ
କଟକ, (ଓ୍ବାଇଏନଏସ): ଐତିହାସିକ ବାଲିଯାତ୍ରାରେ ଜନସାଧାରଣଙ୍କ ମଧ୍ୟରେ ସ୍ୱାସ୍ଥ୍ୟ ସଚେତନତାର ବାର୍ତ୍ତା ପହଞ୍ଚାଇବା ଉଦ୍ଦେଶ୍ୟରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି, କଟକ ପକ୍ଷରୁ ବାଲିଯାତ୍ରା ପରିସରରେ ସ୍ୱାସ୍ଥ୍ୟ, ଶିକ୍ଷା ଓ ସଚେତନତା ସମ୍ବନ୍ଧୀୟ ପ୍ରଦର୍ଶନୀ ଆୟୋଜନ କରାଯାଇଛି। ଏହି ପ୍ରଦର୍ଶନୀକୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରତିଷ୍ଠାନ, ନିର୍ଦ୍ଦେଶକ, ଡାକ୍ତର ସୁଶାନ୍ତ କୁମାର ନାୟକ ଉଦ୍ଘାଟନ କରିଥିଲେ । ଏହି ପ୍ରଦର୍ଶନୀର ମୁଖ୍ୟ ଲକ୍ଷ୍ୟ ହେଉଛି ଜନସାଧାରଣଙ୍କ ନିକଟରେ ସ୍ୱାସ୍ଥ୍ୟ ସଚେତନତାର ବାର୍ତ୍ତା ପହଞ୍ଚାଇବା ସହ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ବିଭିନ୍ନ ସରକାରୀ ଯୋଜନା, ସେବା ଓ ଜନହିତକର କାର୍ଯ୍ୟକ୍ରମ ବିଷୟରେ ସୂଚନା ପ୍ରଦାନ କରିବା। ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ସୁଶାନ୍ତ କୁମାର ସ୍ଵାଇଁଙ୍କ ସମେତ ବିଭିନ୍ନ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।


