ଖେମୁଣ୍ଡି ମହାବିଦ୍ୟାଳୟ ପୁରସ୍କାର ବିତରଣ ଉତ୍ସବରେ ଯୋଗଦେଲେ ବ୍ରହ୍ମପୁର ସାଂସଦ
ଦିଗପହଣ୍ଡି,(ଅଳକ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ମହାବିଦ୍ୟାଳୟ ଠାରେ ଶନିବାର ଏକ ସ୍ୱତନ୍ତ୍ର ଉତ୍ସବ ଅନୁଷ୍ଠିତ ହୋଇ ସମ୍ବିଧାନ ଦିବସ ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଛି। ଅଧ୍ୟକ୍ଷ ଡ଼. ଅସିତ କୁମାର ଷଡ଼ଙ୍ଗିଙ୍କ ଅଧ୍ୟକ୍ଷତା ଏବଂ ନୋଡାଲ ଅଫିସର କୈଳାସ ଦିୱାନଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଡ଼. ପ୍ରଦୀପ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଭିନ୍ନ ପ୍ରତିଯୋଗିତା ର କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ। ଏହି ପୁରସ୍କାର ବିତରଣ ସଭାରେ ଆସିକା ବିଜ୍ଞାନ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ଅଧ୍ୟାପକ ଡ଼. ଅଭୟ କୁମାର ପରିଚ୍ଛା ପଟ୍ଟନାୟକ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ। ସେହିଭଳି ଖେମୁଣ୍ଡି ମହାବିଦ୍ୟାଳୟ ରସାୟନ ବିଜ୍ଞାନ ଅଧ୍ୟାପକ ହିମାଂଶୁ ଶେଖର ମିଶ୍ର, ରାଜନୀତି ବିଜ୍ଞାନ ଅଧ୍ୟାପିକା ଡ଼. ଅନିତା ପାଣି ସମ୍ମାନିତ ଅତିଥିଭାବେ ମଞ୍ଚାସିନ ଥିଲେ। ଶେଷରେ ଇଂରାଜୀ ଅଧ୍ୟାପକ ଡ଼. ହର୍ଷ ଚନ୍ଦ୍ରଥ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ, ଛାତ୍ର ସଂସଦ ନିର୍ବାଚିତ କର୍ମକର୍ତ୍ତା ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।


