ରାଜ୍ୟ ସ୍ତରୀୟ ବିଜୁ ପଟ୍ଟନାୟକ ଫୁଟବଲ କପ ଟୁର୍ଣ୍ଣାମେଂଟ

କେନ୍ଦ୍ରାପଡା : ସରକାରୀ ହାଇସ୍କୁଲ ଖେଳପଡିଆରେ ଗତ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ରାଜ୍ୟ ସ୍ତରୀୟ ବିଜୁ ପଟ୍ଟନାୟକ ଫୁଟବଲ କପ ଟୁର୍ଣ୍ଣାମେଂଟର ବୁଧବାର ଷଷ୍ଠ ଦିବସ ଖେଳରେ କେନ୍ଦ୍ରାପଡାର ଲେବର ସ୍ପୋଟିଂ କ୍ଲବ ବାଲେଶ୍ୱରର କ୍ରୀଡା ଛାତ୍ରାବାସକୁ ୬-୦ ଗୋଲରେ ହରାଇ ବିଜୟୀ ହୋଇଛି । ଆସନ୍ତାକାଲି ସୁରଜ କ୍ଲବ ଓ ଲେବର ସ୍ପୋଟିଂ କ୍ଲବ ମଧ୍ୟରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ । ଏହି ଉପଲକ୍ଷେ ଜିଲ୍ଲା କ୍ରୀଡା ଅଧିକାରୀ ଲୋକନାଥ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ଉର୍ମିଳା ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଭୟ ଦଳର କ୍ରୀଡାବୀତମାନଙ୍କୁ ଶୁଭେଛା ଜଣାଇବା ସହିତ କରମର୍ଦ୍ଦନକରି ସେମାନଙ୍କୁ ଉତ୍ସାହିତ କରିଥିଲେ । ଏହି ଟୁର୍ଣ୍ଣାମେଂଟକୁ ପ୍ରଦୀପ୍ତ ମହାନ୍ତି, ରିୟାଜ ଖାନ, ମହମ୍ମଦ ଜୋହା, କିର୍ତ୍ତି ସ୍ୱାଇଁ ପ୍ରମୁଖ ପରିଚାଳନା କରିଥିବା ବେଳେ ଫୁଟବଲ ସଙ୍ଘ ସଭାପତି ମହମ୍ମଦ ଅମୀର, ସମ୍ପାଦକ ସେକ ସଲ୍ଲାଉଦ୍ଦିନ, ସହ ସମ୍ପାଦକ ସେକ ନସିମୁଦ୍ଦିନ, ସେକ ଅସଲାମ, ସେକ ମୁକ୍ତାର, ସେକ ସୋଫିୟାନ, ସେକ ସଲିମ ପ୍ରମୁଖ ମ୍ୟାଚ ପରିଚାଳନାରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ