ନୋଇଡା ଇଏସ୍‌ଆଇ ହସ୍ପିଟାଲରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ନୂଆଦିଲ୍ଲୀ ସ୍ଥିତ ଇଏସ୍‌ଆଇ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି । ନୋଇଡା ସ୍ଥିତ ଏହି ଇଏସ୍‌ଆଇ ହସ୍ପିଟାଲରେ ଗୁରୁବାର ସକାଳୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ସେକ୍ଟର ୨୪ରେ ରହିଥିବା ଇଏସ୍‌ଆଇ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ ଘଟିଥିବାବେଳେ ଅଗ୍ନିଶମ ବିଭାଗର ତିନି ଗାଡି ଅଗ୍ନି ନିର୍ବାପନରେ ବ୍ୟସ୍ତ ଅଛନ୍ତି । ହସ୍ପିଟାଲର ଉପର ମହଲାରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ରୋଗୀମାନଙ୍କୁ ହସ୍ପିଟାଲରୁ ସ୍ଥାନାନ୍ତର କରାଯାଉଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ