ପାରଦ୍ୱୀପ ବନ୍ଦର’କୁ ବିଜୁ ପଟ୍ଟନାୟକଙ୍କ ନାମରେନାମିତ କରିବାକୁ ଦାବି : ସମାଜବାଦୀ ପାର୍ଟି

ଭୁବନେଶ୍ୱର : ‘କଲିକତା ବନ୍ଦର’ର ୧୫୦ବର୍ଷ ପୂର୍ତ୍ତି ଉପଲକ୍ଷେ ଅନୁଷ୍ଠିତ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ‘ବନ୍ଦର’ର ନାମକୁ ‘ଜନସଂଘ’ର ନେତା ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ନାମରେ ନାମିତ କରିବାକୁ ଘୋଷଣା କରିଛନ୍ତି । ଏହି ପରିପ୍ରେକ୍ଷୀରେ ରାଜ୍ୟର ପ୍ରବାଦ ପୁରୁଷ, ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ‘ପାରାଦ୍ୱୀପ ବନ୍ଦର’ର ପ୍ରତିଷ୍ଠାତା ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରିବାକୁ ସମାଜବାଦୀ ପାର୍ଟି ରାଜ୍ୟ ସଭାପତି ରବି ବେହେରା ଦାବି କରିଛନ୍ତି । ଶ୍ରୀ ବେହେରା ଆଜି ଏ ସଂକ୍ରାନ୍ତରେ ପ୍ରଧାନମନ୍ତ୍ରୀଙ୍କୁ ଏକ ଚିଠି ଲେଖି ଏହି ଦାବି କରିବା ସହିତ ଏହାର ଏକକିତା ନକଲ ମୁଖ୍ୟମନ୍ତ୍ରୀଙ୍କୁ ପ୍ରେରଣ କରିବା ସହିତ ଏହି ଦାବି ଉପସ୍ଥାପିତ କରିବାକୁ ଅନୁରୋଧ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ