ଚଳଚ୍ଚିତ୍ର ନିର୍ଦ୍ଦେଶକ ମନମୋହନ ମହାପାତ୍ରଙ୍କ ପରଲୋକ

ଜାତୀୟ ,ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ନିର୍ଦ୍ଦେଶକ ମନମୋହନ ମହାପାତ୍ର ପରଲୋକ ହୋଇଯାଇଛି । ଏହି ଖବର ପ୍ରଚାର ପରେ ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳିଯାଇଛି । ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିଜର ଟୁଇଟ୍ ମାଧ୍ୟମରେ ଶୋକ ପ୍ରକାଶ କରିଛନ୍ତି ।ସେ ଭୂବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କର ୬୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ସେ ଗତ କିଛି ଦିନ ଧରି ଅସୁସ୍ଥ ରହିଥିଲେ । ତାଙ୍କ ଜୀବନୀ ମଧ୍ୟରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ବହୁ ସିନେମାର ନିର୍ଦ୍ଦେଶନା ଦେଇଥିଲେ । ୧୯୭୬ ମସିହାରେ ତାଙ୍କ ନିର୍ଦ୍ଦେଶିତ ପ୍ରଥମ ଫିଲ୍ମ ‘ଶୀତରାତି’ ଦେଶ ବାହାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ପ୍ରଦର୍ଶିତ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ରର ଗୌରବ ଅର୍ଜନ କରିଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ