ବଞ୍ଚୋ ଦଧିବାବନଜୀୟୁଙ୍କ ୧୬ତାରିଖ ବାର୍ଷିକ ପର୍ବ 

ହାଟଡ଼ିହି,(ଯୁଗାବ୍ଦ ନ୍ୟୁଜ୍‌): ବଞ୍ଚୋ ଦଧିବାବନଜୀୟୁଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ ଆସନ୍ତା ୧୬ତାରିଖରୁ ୧୮ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ପର୍ବ ସମାପ୍ତ ହୋଇଛି । ୧୬ତାରିଖ ଦିନ ପବିତ୍ର ବୈତରଣୀ ନଦୀରୁ ଘଟ୍ଟୋତ୍ତଳନ କରାଯାଇ ଯଜ୍ଞ ମଣ୍ଡପରେ ସ୍ଥାପନ କରାଯିବା ସହିତ ହେମଯଜ୍ଞ ଓ ପ୍ରଭୁ ଦଧିବାନଜୀୟୁଙ୍କ ନିକଟରେ ସ୍ୱତନ୍ତ୍ର ପୂଜାନୀତି ଅନୁଷ୍ଠିତ ହେବ । ଏଥିପାଇଁ ବଞ୍ଚୋ ବଡଦାଣ୍ଡକୁ ରଙ୍ଗିନ ଆଲୋକମାଳାରେ ସୁସଜ୍ଜିତ କରାଯାଇ ଥିବାବେଳେ ତିନିଦିନ ଧରି ସାଂସ୍କୃତିକ କାର୍ଯ୍ୟକ୍ରମ ସ୍ୱରୁପ ଓଡିଶାର ବିଶିଷ୍ଟ କଣ୍ଠଶିଳ୍ପୀଙ୍କ ଦ୍ୱାରା ଭଜନ ସନ୍ଧ୍ୟା ଅନୁଷ୍ଠିତ ହେବ । ଏହି ଉତ୍ସବରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହେବାସହ ତିନଦିନ ଯାକ ଶ୍ରଦ୍ଧାଳୁ ମାନଙ୍କ ପାଇଁ ମହାପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିବା ମନ୍ଦିର ପରିଚାଳନା କମିଟି ପକ୍ଷରୁ ସୁଚନା ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ