ମକର ସଂକ୍ରାନ୍ତିରେ ବନ୍ଦ ରହିବ ରାଜ୍ୟର ସମସ୍ତ ବ୍ୟାଙ୍କ୍
ଭୁବନେଶ୍ୱର : ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟର ସମସ୍ତ ବ୍ୟାଙ୍କ ଛୁଟି ରହିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହା ପୂର୍ବରୁ ମକର ସଂକ୍ରାନ୍ତି ପାଇଁ ବୁଧବାର ସମସ୍ତ ସରକାରୀ ଅଫିସ ଓ ଶିକ୍ଷାନୁଷ୍ଠାନକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଥିଲେ । ମକର ସଂକ୍ରାନ୍ତିକୁ ଓଡ଼ିଶାର ଗଣପର୍ବ ଭାବେ ପାଳନ କରାଯାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଛୁଟି ଘୋଷଣା କରିଛନ୍ତି ।


