ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପୁରୀ- ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । ଏହାସହିତ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନବବର୍ଷର ଅଭିନନ୍ଦନ ଜଣାଇବା ସହିତ କହିଥିଲେ ଯେ ସେ ମହାପ୍ରଭୁଙ୍କ ଦର୍ଶନ କରି ଖୁବ୍ ଖୁସି । ଏଥିସହ ଆଗକୁ ପୁରୀକୁ ଆହୁରି ସୁନ୍ଦର କରାଯିବ ବୋଲି ସେ ଘୋଷଣା କରିଥଲେ । ମୁଖ୍ୟମନ୍ତ୍ରୀ ପ୍ରସ୍ତାବିତ ଶ୍ରୀକ୍ଷେତ୍ର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପର ମାନଚିତ୍ର ଦେଖିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ‘ ସଚିବ ଭି କେ ପାଣ୍ଡିଆନ୍ ମଧ୍ୟ ପୁରୀ ଗସ୍ତରେ ଯାଇଥିଲେ । ଶ୍ରୀଜିଉଙ୍କ ଦର୍ଶନ ସାରି ମନ୍ଦିର ଭିତରେ ପ୍ରାୟ ୨୦ମିନିଟ୍ ସମୟ ରହିବା ପରେ ମୁଖ୍ୟମନ୍ତ୍ରୀ ପୁରୀ ମୁନସିପାଲଟି ମାର୍କେଟରେ ପହଞ୍ଚି ଶ୍ରୀକ୍ଷେତ୍ରର ନବକଳେବର ପାଇଁ ୫୧୦ କୋଟି ଟଙ୍କା ଖର୍ଚ୍ଚରେ ନିର୍ମାଣ ହେବାକୁ ଥିବା ୭ଟିପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ଏହି ପ୍ରକଳ୍ପ ନିର୍ମାଣ ପରେ ପୁରୀ ବିଶ୍ୱ ଐତ୍ୟହ୍ୟର ରୂପ ପାଇବ ବୋଲି ଆକଳନ କରାଯାଇଛି। ଏହା ମଧ୍ୟରେ ଆକର୍ଷଣୀୟ ଶ୍ରୀସେତୁ, ଶ୍ରୀଜଗନ୍ନାଥବଲ୍ଲଭ ଯାତ୍ରୀ ସେବା କେନ୍ଦ୍ର, ସ୍ୱର୍ଗଦ୍ୱାର ଶ୍ମଶାନ ଘାଟର ସୌନ୍ଦର୍ଯ୍ୟକରଣ, ଜେଲ ରୋଡରେ ବହୁତଳ ପାର୍କିଂ, ବେଳାଭୂମିରେ ଭେଣ୍ଡିଂ ଜୋନ୍, ମାର୍କେଟ ଛକରେ ବହୁମୁଖୀ ମାର୍କେଟ କମ୍ପେ୍ଲକ୍ସ ଭଳି ସୌନ୍ଦର‌୍ୟ୍ୟକରଣ ପ୍ରକଳ୍ପମାନ ରହିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ