ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର : ଜଣାଶୁଣା ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ପରଲୋକ ହୋଇଯାଇଛି । ପ୍ରଖ୍ୟାତ କବି ବୈକୁଣ୍ଠନାଥ ପଟ୍ଟନାୟକଙ୍କ ଝିଅ ହେଉଛି ସୁନନ୍ଦା । ଅସୁସ୍ଥତା ଯୋଗୁଁ ଦୀର୍ଘଦିନ ଧରି ଚିକିତ୍ସିତ ହେଉଥିଲେ । ମୃତ୍ୟୁବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। କୋଲକାତାର ଏକ ଘରୋଇ ହସ୍ପିଟାଲ୍‌ରେ ତାଙ୍କର ମୃତ୍ୟୁ ହୋଇଛି ବୋଲି ଜଣାପଡିଛି । ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସଙ୍ଗୀତ ନାଟକ ଏକାଡେମୀ (ଟାଗୋର ଏକାଡେମୀ), ଇଣ୍ଡିଆନ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟର ପୁରସ୍କାର, ଉତ୍କଳ ରତ୍ନ ସମ୍ମାନ, ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର, ଅଖିଳ ଭାରତୀୟ ଗନ୍ଧର୍ବ ମହାବିଦ୍ୟାଳୟ ମଣ୍ଡଳରୁ ସଙ୍ଗୀତ ଡକ୍ଟରେଟ ପରି ବହୁ ଉପାଧିରେ ଭୂଷିତ ହୋଇଥିଲେ ।
ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତା ସୁନନ୍ଦା ପଟ୍ଟନାୟକଙ୍କୁ ଭାରତୀୟ ସଙ୍ଗୀତ ଜଗତର ମହାନ ବିଭୂତି ଭାବରେ ବର୍ଣ୍ଣନା କରିଛନ୍ତି। ସେ ସାରା ଜୀବନ ସଙ୍ଗୀତ ପ୍ରତି ସମର୍ପିତ ଥିଲେ। ତାଙ୍କ ସିଦ୍ଧି ଓ ସାଧନା ତାଙ୍କୁ ଅମର କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ମହାନଶିଳ୍ପୀଙ୍କ ବିୟୋଗରେ ଭାରତୀୟ ସାଂସ୍କୃତିକ ଜଗତର ଉଜ୍ଜ୍ବଳତମ ଜ୍ୟୋତିଷ୍କର ଅସ୍ତମିତ ହୋଇଗଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ମୁଖ୍ୟମନ୍ତ୍ରୀ ସଦ୍‌ଗତି କାମନା କରିଛନ୍ତି

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ