ପଦ୍ମଶ୍ରୀ ଦେବୀ ପ୍ରସନ୍ନ ପାଇବେ ଜାନକୀ ବଲ୍ଲଭ ସ୍ମୃତି ସମ୍ମାନ
ଭୁବନେଶ୍ୱର : ରାଜ୍ୟସ୍ତରୀୟ ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି କମିଟି ପକ୍ଷରୁ ପୂର୍ବବର୍ଷମାନଙ୍କ ଭଳି ଚଳିତ ବର୍ଷ ଜାନକୀ ବଲ୍ଲଭ ସ୍ମୃତି ସମ୍ମାନ-୨୦୧୯ ଭାଷା ସାହିତ୍ୟ କ୍ଷେତ୍ରରେ ଜୀବନପ୍ୟାପୀ ସାଧନା ପାଇଁ ପଦ୍ମଶ୍ରୀ ଡଃ ଦେବୀ ପ୍ରସନ୍ନ ପଟ୍ଟନାୟକ, ଜୀବନବ୍ୟାପୀ ସମାଜସେବା ନିମନ୍ତେ ପୂର୍ବତନ ବିଧାୟକ ପଦ୍ମଚରଣ ନାୟକ ଓ ସାମ୍ବାଦିକତା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ପାଇଁ ବିଶିଷ୍ଟ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକଙ୍କୁ ପ୍ରଦାନ କରାଯିବ ବୋଲି ବିଶିିଷ୍ଟ ସାମ୍ବାଦିକ ବସନ୍ତ ଦାସଙ୍କ ଅଧ୍ୟକ୍ଷତାରେ ଗଠିତ ଚୟନ କମିଟି ନିଷ୍ପତ୍ତି ନେଇଛି ବୋଲି ସ୍ମୃତି କମିଟିର ସାଧାରଣ ସମ୍ପାଦକ ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର ଏକ ପ୍ରେସ୍ ବିଜ୍ଞପ୍ତିରେ ଜଣାଇଛନ୍ତି । ଏହି କମିଟିରେ ପୂର୍ବତନ ନଗରପାଳ ଡାକ୍ତର ଜଗନ୍ନାଥ ମହାପାତ୍ର, ପୂର୍ବତନ ପ୍ରଶାସକ ନରେନ୍ଦ୍ର କୁମାର ମିଶ୍ର ଓ ପୂର୍ବତନ କର୍ପୋରେଟର ପ୍ରତାପ ଜେନା ସଦସ୍ୟ ଥିଲେ । ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଏହି ରାଜ୍ୟସ୍ତରୀୟ ସ୍ମୃତି ସମ୍ମାନ ଆସନ୍ତା ୨୧ ତାରିଖ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୪ର୍ଥ ଶ୍ରାଦ୍ଧ ଉତ୍ସବରେ ସ୍ୱତନ୍ତ୍ର ଭାବେ ପ୍ରଦାନ କରାଯିବ ।


