ସମୀର ଟିଭିଏସ ପକ୍ଷରୁ ସ୍ୱେଛାକୃତ ରକ୍ତଦାନ ଶିବିର

କେନ୍ଦ୍ରାପଡା – ପବିତ୍ର ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୩ ତମ ଜୟନ୍ତୀ ଅବସରରେ କେନ୍ଦ୍ରାପଡା ସହରର କେଶପୁର ବଜାରସ୍ଥିତ ସମୀର ଟିଭିଏସ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଗୁରୁବାର ପୂର୍ବାହ୍ନରେ ଏକ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସମୀର ଟିଭିଏସର ପରିଚାଳନା ନିର୍ଦେଶକ ସମୀର କୁମାର ଚାନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରକୁ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବ୍ରହ୍ମାନନ୍ଦ ଗାଗାରିନ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିବା ବେଳେ ସମ୍ମାନୀତ ଅତିଥି ଭାବରେ କେନ୍ଦ୍ରାପଡା ଏସଡିପିଓ ରାଜୀବଲୋଚନ ପଣ୍ଡା, ଟାଉନ ଥାନା ଭାରପ୍ରାପ୍ତ ଅଧିକାରୀ ଜ୍ୟୋତିରଞ୍ଜନ ସାମନ୍ତରାୟ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡା.ବିରେନ୍ଦ୍ର କୁମାର ଦାସ ଯୋଗଦେଇ ରକ୍ତଦାନ ମହତ ଦାନ ଏବଂ ରକ୍ତଦାନ କରି ନିଜର ଜୀବନ ସହିତ ଅନ୍ୟର ଜୀବନ ବଂଚାଯାଇ ପାରିବ ବୋଲି ମତବ୍ୟକ୍ତ କରିଥିଲେ । ଏହି ରକ୍ତଦାନ ଶିବିରରେ ୮୧ୟୁନିଟ ରକ୍ତ ସଂଗୃହିତ ହୋଇଥିଲା । ଏହି ଅବସରରେ ୧୨୦ ଥର ସ୍ୱେଛାକୃତ ରକ୍ତଦାନ କରିଥିବା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ କଦଳିବଣ ଗ୍ରାମର କେ.ଏମ.ଅନ୍ନଦା ପ୍ରସାଦଙ୍କୁ ପୁଷ୍ପଗୁଛ ଓ ଉତ୍ତରୀୟ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ରକ୍ତଭଣ୍ଡାର ଅଧିକାରୀ ଡା. ମାନସ କୁମାର ଜେନା, ସାମ୍ବାଦିକ ଜଗନ୍ନାଥ ଆଚାର୍ଯ୍ୟ,ଚିତ୍ତରଞ୍ଜନ ଦାସ, ରଶ୍ମିରଞ୍ଜନ ମହାପାତ୍ର, ସ୍ୱେଛାସେବୀ ଉମାକାନ୍ତ ଜେନା, ସଞ୍ଜୟ ରାଉତ ପ୍ରମୁଖ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ