କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ କୃତିତ୍ୱ
କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗର ୬ଜଣ ଛାତ୍ରଛାତ୍ରୀ ଏବଂ ପଦାର୍ଥ ବିଜ୍ଞାନର ଜଣେ ଛାତ୍ର ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ ଅଧିନସ୍ତ ଆନ୍ତର୍ଜାତୀୟ ଫାଇନାନସିଆଲ ଟେକନୋଲୋଜି ନେଟୱାର୍କ ଦ୍ୱାରା ପ୍ରଦତ୍ତ ସାର୍ଟିଫିକେଟ ଇନ ଫିନ୍ଟେକ ଆଣ୍ଡ ଇନସରଟେକ କୋର୍ସ ପାଇଁ ମନୋନୀତ ହୋଇଛନ୍ତି। ସାରା ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଏକ ଲିଖିତ ପରୀକ୍ଷା ମାଧ୍ୟମରେ ଯୋଗ୍ୟତା ଅର୍ଜ୍ଜନ କରିଛନ୍ତି। ଏହି କୋର୍ସ ପାଇଁ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବେ। ଏହି ସଫଳତାରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଶାନ୍ତନୁ କୁମାର ଜେନା ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ସମସ୍ତ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ବାଣିଜ୍ୟ ବିଭାଗ ଅଧ୍ୟାପକ ବିକାଶ କୁମାର ନାୟକଙ୍କ ତତ୍ୱାବଧାନରେ ଏହି ପରୀକ୍ଷା ପାଇଁ ପ୍ରସ୍ତୁତି କରିଥିଲେ।


