ସହରାଞ୍ଚଳ ଉନ୍ନୟନ ଯୋଜନାର ଅଗ୍ରଗତି ସମୀକ୍ଷା କଲେ ଅତିରିକ୍ତ ଜିଲ୍ଲାପାଳ

କୋରାପୁଟ, (ହେମନ୍ତ ପାଣିଗ୍ରାହୀ) : ଜିଲ୍ଲାର ସହରାଞ୍ଚଳଗୁଡ଼ିକର ସାମଗ୍ରିକ ବିକାଶ ସହ ଜନସାଧାରଣଙ୍କୁ ବିଭିନ୍ନ ସରକାରୀ ଯୋଜନାର ସୁଫଳ ପହଞ୍ଚାଇବା ଲକ୍ଷ୍ୟରେ ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା ଅଧୀନରେ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମ ଓ ଯୋଜନାର ଅଗ୍ରଗତି ସମ୍ପର୍କରେ ଏକ ସମୀକ୍ଷା ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ତପନ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ସଂସ୍ଥା ଅଧୀନରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନାର ବର୍ତ୍ତମାନର ସ୍ଥିତି, କାର୍ଯ୍ୟାନ୍ୱୟନ ପ୍ରକ୍ରିୟା ଓ ଅଗ୍ରଗତି ନେଇ ବିସ୍ତୃତ ଆଲୋଚନା ହୋଇଥିଲା। ବିଭିନ୍ନ ଯୋଜନାର ଲକ୍ଷ୍ୟ ଅନୁଯାୟୀ କାର୍ଯ୍ୟ ସମ୍ପାଦନ, ତାହାର ବାସ୍ତବ ସ୍ଥିତି ଏବଂ ଅଗ୍ରଗତିର ଧାରାକୁ ନେଇ ସମୀକ୍ଷା କରାଯାଇଥିଲା। ସହରାଞ୍ଚଳ ବିକାଶ ସହ ଜନସାଧାରଣଙ୍କ ଜୀବନଧାରଣର ମାନରେ ଉନ୍ନତି ଆଣିବା ଦିଗରେ ଯୋଜନାଗୁଡ଼ିକର ସଫଳ କାର୍ଯ୍ୟକାରିତାର ଗୁରୁତ୍ୱ ଉପରେ ବୈଠକରେ ଆଲୋଚନା ହୋଇଥିଲା। ସହରାଞ୍ଚଳର ବିକାଶମୂଳକ କାର୍ଯ୍ୟକ୍ରମଗୁଡ଼ିକର ସୁଫଳ ଯେପରି ଲକ୍ଷ୍ୟଭୁକ୍ତ ହିତାଧିକାରୀଙ୍କ ନିକଟରେ ପହଞ୍ଚିପାରିବ, ସେଥିପାଇଁ ଯୋଜନାଗୁଡ଼ିକର ନିୟମିତ ଅନୁଧ୍ୟାନ ଓ ସମୀକ୍ଷା ଉପରେ ଗୁରୁତ୍ୱ ଦିଆଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ