ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କୁ ଲାପଟପ ବଣ୍ଟନ କଲେ ଅତିରିକ୍ତ ଜିଲ୍ଲାପାଳ

ଛତ୍ରପୁର, (ଓ୍ବାଇଏନଏସ): ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କୁ ଶିକ୍ଷା କ୍ଷେତ୍ରରେ ଅଧିକ ସଶକ୍ତ କରିବା ଓ ଡିଜିଟାଲ ଶିକ୍ଷା ସହ ଯୋଡ଼ିବା ଉଦ୍ଦେଶ୍ୟରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଗଞ୍ଜାମ ଜିଲ୍ଲାର ୧୯ଜଣ ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କୁ ଲାପଟପ ବଣ୍ଟନ କରାଯାଇଛି। ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସୁନୀଲ କୁମାର କେର୍କେଟା ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଲାପଟପ ପ୍ରଦାନ କରିଥିଲେ। ଏହି ଲାପଟପ ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କ ପାଠପଢ଼ା ସହ  ଡିଜିଟାଲ ଶିକ୍ଷା ଗ୍ରହଣରେ ବେଶ୍‌ ସହାୟକ ହେବ ବୋଲି ଅତିରିକ୍ତ ଜିଲ୍ଲାପାଳ କହିଥିଲେ। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଛାତ୍ରଛାତ୍ରୀଙ୍କ ସହ ଭାବବିନିମୟ କରି ସେମାନଙ୍କ ପାଠପଢ଼ା, ସମସ୍ୟା ଓ ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ। ଶିକ୍ଷା କ୍ଷେତ୍ରରେ ଏଭଳି ସହାୟତା ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କ ଆତ୍ମବିଶ୍ୱାସ ବଢ଼ାଇବା ସହ ଭବିଷ୍ୟତରେ ସେମାନଙ୍କୁ ଆତ୍ମନିର୍ଭର ହେବାରେ ସହାୟକ ହେବ ବୋଲି ମତ ପ୍ରକାଶ ପାଇଥିଲା। କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ କୃଷ୍ଣ ବେହେରା, ଛତ୍ରପୁର ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରିଣୀ ସସ୍ମିତା ସ୍ୱାଇଁଙ୍କ ସମେତ ବିଭାଗର ଆନ୍ୟନ୍ୟ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ