କୃଷି ସଚିବଙ୍କ କଡ଼ା ଚେତାବନୀ; ନିଯୁକ୍ତ ସ୍ଥାନରେ ଯୋଗ ନଦେଲେ ହେବ ଦରମା ବନ୍ଦ
ଭୁବନେଶ୍ୱର,(ସମୀର ରଞ୍ଜନ ନାୟକ ): କୃଷି ସଚିବ ଅରବିନ୍ଦ ପାଢ଼ୀଙ୍କ ପକ୍ଷରୁ କଡ଼ା ନିର୍ଦ୍ଦେଶନାମା । ପଦୋନ୍ନତିପ୍ରାପ୍ତ/ବଦଳି ଅଧିକାରୀ ନିଯୁକ୍ତି ସ୍ଥାନରେ ଯୋଗ ଦେବାକୁ ନିର୍ଦ୍ଦେଶ। କୌଣସି ପରିସ୍ଥିତିରେ ନିର୍ଦ୍ଦେଶ କାର୍ଯ୍ୟକାରିତାକୁ ସ୍ଥଗିତ ରଖାଯିବ ନାହିଁ। ଅଗଷ୍ଟ ୩୧ ସୁଦ୍ଧା ନିଯୁକ୍ତ ସ୍ଥାନରେ ଯୋଗ ନ ଦେଲେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏପରିକି ଅଧିକାରୀମାନଙ୍କର ଦରମା ସେପ୍ଟେମ୍ବର ମାସରୁ ବନ୍ଦ କରିଦିଆଯିବ । ବଦଳି ନିର୍ଦ୍ଦେଶର ପରିବର୍ତ୍ତନ ପାଇଁ ବାହ୍ୟ ପ୍ରଭାବ ପକାଇବାକୁ ଚେଷ୍ଠା କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ନିର୍ଦ୍ଦେଶାଳୟ, କ୍ଷେତ୍ର ପ୍ରତିଷ୍ଠାନର ମୁଖ୍ୟ, ଅଧିକାରୀମାନଙ୍କୁ ଆଦେଶର ଅନୁପାଳନ ଉପରେ ନଜର ରଖିବେ । କେଉଁମାନେ କାର୍ଯ୍ୟସ୍ଥଳ ଯୋଗଦାନ ଦେଉ ନାହାଁନ୍ତି ତାହାର ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ତୃଣମୂଳ ସ୍ତରରେ କାର୍ଯ୍ୟାଳୟଗୁଡ଼ିକର ସୁଗମ କାର୍ଯ୍ୟ ପାଇଁ ଏହି ବିଜ୍ଞପ୍ତି ଜାରି କରାଯାଇଛି ।


