ମାଣିବନ୍ଧ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ବୁଗୁଡା, (ଅନୀଲ କୁମାର ମହାରଣା): ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିବନ୍ଧ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ୨୦/୦୧/୨୬ ତାରିଖ ଦିନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତିର୍ମୟୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ମାଣିବନ୍ଧ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କାମରାଜୁ ପ୍ରଧାନ କାର୍ଯ୍ୟକ୍ରମ ସଂଯୋଜନା ଓ ପରିଚାଳକ କରିଥିଲେ। ବାର୍ଷିକ ଉତ୍ସବର କାର୍ଯ୍ୟକ୍ରମରେ  ମୁଖ୍ୟ ଅତିଥି ଭାବେ ବୁଗୁଡା ବିଇଓ ଚିନ୍ମୟ ମହାପାତ୍ର, ମୁଖ୍ୟ ବକ୍ତା ଭାବେ ତାଳସାକର ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୌରୀ ଶଙ୍କର ମିଶ୍ର, ସମ୍ମାନିତ ଅତିଥିଭାବେ ମାଣିବନ୍ଧ ୟୁ.ପି.ସ୍କୁଲର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶିବ ଶଙ୍କର ଜେନା, ପ୍ରାଥମିକ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ନିରଞ୍ଜନ ଖଡଙ୍ଗା, ସିଆରସିସି ଶର୍ମିଷ୍ଠା ଜେନା, ଖରିଡା ୟୁ.ପି.ସ୍କୁଲ ପ୍ରଧାନ ଶିକ୍ଷକ ପିତାମ୍ବର ଗୌଡ, ସୁବୁଦ୍ଧିପଲ୍ଲୀ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରତାପ କୁମାର ଖଡଙ୍ଗା, ଅନ୍ତରପଡା ୟୁ.ପି.ସ୍କୁଲ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ଜେନା, କୁଶପଲ୍ଲୀ ଶିକ୍ଷକ ସନାତନ ପ୍ରଧାନ, କାନସୁକା ୟୁ.ପି. ସ୍କୁଲ ପ୍ରଧାନ ଶିକ୍ଷକ ରବୀନ୍ଦ୍ର ବେହେରା, ଅରଖପୁର ଶିକ୍ଷକ କମଳ ଲୋଚନ ପାଣିଗ୍ରାହୀ, ପାଙ୍ଗିଡି ୟୁ.ପି. ସ୍କୁଲ ପ୍ରଧାନ ଶିକ୍ଷକ କିଶୋର ଚନ୍ଦ୍ର ପାତ୍ର ଯୋଗଦେଇଥିଲେ। ପ୍ରଧାନ ଶିକ୍ଷକ ଶ୍ରୀ ପ୍ରଧାନ ବାର୍ଷିକ ବିବରଣୀ ପଠନ କରିଥିଲେ। ଅତିଥିମାନେ ଛାତ୍ରଛାତ୍ରୀଙ୍କୁ ଭଲ ମଣିଷଟିଏ ହେବାପାଇଁ ପରାମର୍ଶ ଦେବାସହ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ବିଦ୍ୟାଳୟର ଶିକ୍ଷକ ରାଜେଶ ସାହୁ ଧନ୍ୟବାଦ ଅର୍ପଣ କରିଥିବା ବେଳେ ଶିକ୍ଷକ ସୌଭାଗ୍ୟ ରଞ୍ଜନ ପ୍ରଧାନ ଓ ଶିକ୍ଷୟିତ୍ରୀ ସ୍ନିଗ୍ଧାରାଣୀ ସେଠୀ ସହଯୋଗ କରିଥିଲେ। ଶେଷରେ ଛାତ୍ରଛତ୍ରୀଙ୍କ ଦ୍ୱାରା ନାରୀ ଶିକ୍ଷା, ନାରୀ ସଶକ୍ତିକରଣ ଓ ବାଲ୍ୟ ବିବାହ ବାରଣ ଉପରେ ଆଧାରିତ ନାଟକ “କୁସୁମ”  ପରିବେଷଣ ହୋଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ