ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା): ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଆଜି ଅନୁଷ୍ଠିତ ହୋଇଯାଇଛି. ପ୍ରଥମେ ଜଗତର ନାଥ ଜଗନ୍ନାଥଙ୍କୁ ପ୍ରଦୀପ ପ୍ରଜ୍ଜଳନ କରାଯାଇ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ପାରଳା ବିଧାୟକ ରୁପେଶ ପାଣିଗ୍ରାହୀ ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥିଭାବେ ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟର ଅବସପ୍ରାପ୍ତ ଅଧକ୍ଷ ଡ: ଜିତେନ୍ଦ୍ର ପଟ୍ଟନାୟକ, ମୁଖ୍ୟ ବକ୍ତା ଭାବେ ସମାଜସେବୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଶୃଙ୍ଖଳାର ସହ ବିଦ୍ୟା ଅର୍ଜନ କରି ଗଜପତି କଲେଜର ଗୌରବକୁ ବଜାୟ ରଖନ୍ତୁ ବୋଲି ଆୱାନ ଦେଇଥିଲେ। ବିଧାୟକ ରୁପେଶ୍ ପାଣିଗ୍ରାହୀ ତାଙ୍କ ଅଭିଭାଷଣରେ କହିଥିଲେ, ମହାବିଦ୍ୟାଳୟର ଉନ୍ନତି ପାଇଁ ଯାହାବି ଆବଶ୍ୟକ ରହିଛି ମୁ ନିଶ୍ଚିତ ଭାବେ ବିଧାୟକ ପାଣ୍ଠି ପ୍ରଦାନ କରିବା ପରେ ସଂସ୍କୃତି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା, ଶେଷରେ ମୁଖ୍ୟଅତିଥିଙ୍କ ଦ୍ଵାରା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।


