ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

କେନ୍ଦ୍ରାପଡ଼ା, (ଚିତ୍ତ ରଞ୍ଜନ ଦାଶ): ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଅବସରରେ ଏକ ଜିଲ୍ଲାସ୍ତରୀୟ ସାଧାରଣ ସଭା ଓ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ନବକ୍ରିଷ୍ଣ ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ମୁଖ୍ୟବକ୍ତା ଭାବେ ପ୍ରଫେସର ନନ୍ଦ କିଶୋର ପରିଡା ଯୋଗଦେଇ “ଦୁର୍ନୀତି ନିବାରଣ:ଆମ ସାମୁହିକ ଦାୟିତ୍ୱ ଶୀର୍ଷକ ଉପରେ ଆଲୋଚନା କରି ଏହାର ବିଭିନ୍ନ ଦିଗପ୍ରତି ଆଲୋକପାତ କରିଥିଲେ। ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଭିଜିଲାନ୍ସ ଡିଏସପି ଭାଗ୍ୟଲକ୍ଷ୍ମୀ ପୁହାଣ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଫକୀର ମୋହନ ମାଝୀ ଯୋଗଦେଇ ବକ୍ତବ୍ୟରେ କହିଲେ ଯେ ସତ୍ୟନିଷ୍ଠା ହେଉଛି ପ୍ରଗତିର ମୂଳଆଧାର, ବିଶ୍ୱାସ ଏବଂ ଦାୟିତ୍ୱବୋଦ୍ଧକୁ ଗୁରୁତ୍ୱ ଦେଇ କାର୍ଯ୍ୟ କରିବା ଉଚିତ। ସ୍ୱଚ୍ଛତା ଏବଂ ଉତ୍ତର ଦାୟିତ୍ୱ ଆମର ପ୍ରତ୍ୟେକ କାର୍ଯ୍ୟରେ ପ୍ରତିଫଳିତ ହେବା ଉଚିତ। ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶିଳତା ନୀତି ଆପଣେଇ ଆଗକୁ ବଢିବା ଉଚିତ। ସମସ୍ତେ ଏକତ୍ର ହୋଇ ଦୁର୍ନୀତି ବିରୋଧରେ ଲଢେଇ କରିବାର ସମୟ ଆସିଛି। ଶେଷରେ ଦୁର୍ନୀତା ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ସ୍ତରୀୟ ଅଧିକାରୀ, କର୍ମଚାରୀ, ଛାତ୍ର ଛାତ୍ରୀ, ଅଭିଭାବକ ପ୍ରମୁଖ ଉପସ୍ଥିତ ଥିଲେ। ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶୋକ ବଳିଆରସିଂ ସଭା ପରିଚାଳନା କରିଥିଲେ। ୨୭ ଅକ୍ଟୋବରୁ ୨ ନଭେମ୍ବର ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ପରିପ୍ରେକ୍ଷୀରେ ଶନିବାର ସକାଳେ ଏକ ସଚେତନତା ରାଲିର ଆୟୋଜନ କରାଯାଇଥିଲା। ଜିଲ୍ଲାପାଳ ରଘୁରାମ ଆର. ଆୟର ଏହି ରାଲିକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ରାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରି ସହର ପରିକ୍ରମା କରିଥିଲା । ଏହି ରାଲିରେ ବିଭିନ୍ନ ଶିକ୍ଷାନୁଷ୍ଠାନ ଛାତ୍ରଛାତ୍ରୀ, ସ୍ୱୟଂ ସହାୟକ ଗୋଷ୍ଠିର କର୍ମକର୍ତ୍ତାଙ୍କ ସମେତ ବିଭିନ୍ନ ବର୍ଗର ଜନସାଧାରଣ ସାମିଲ ହୋଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ