ବି.କରଡ଼ାବାଡ଼ି ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ବୁଗୁଡା (ୟୁଏନ୍ଏସ୍) : ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ବି.କରଡ଼ାବାଡ଼ି ସର୍ଦ୍ଦାର ଅନ୍ତର୍ଯ୍ୟାମୀ ସରକାରୀ ଉଚ୍ଚ ବିଦ୍ୟାଳୟର ପିଏମ ଶ୍ରୀ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ନାୟକ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ବୁଗୁଡା ତହସିଲଦାର ତାପସ ରାଉତ, ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋପାଳ ଚନ୍ଦ୍ର ନାୟକ ଏବଂ ସମ୍ମାନିତ ଅତିଥି ଭାବେ ବୁଗୁଡା ବିଇଓ ଚିନ୍ମୟ ମହାପାତ୍ର, ସମାଜସେବୀ ବଂଶୀଧର ନାୟକ, ଜିଲ୍ଲା ପରିଷଦ ସଦସ୍ୟା ଚାନ୍ଦିନୀ ନାୟକ, ସରପଞ୍ଚ ଡି.ଚାନ୍ଦିନୀ ଆଚାରୀ, ବିରଞ୍ଚିପୁର କ୍ଲଷ୍ଟର ସିଆରସିସି ଦେବଦତ୍ତ ମହାନ୍ତି ଓ ବିନାୟକ ପ୍ରଧାନ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ବହୁ ଉପାଦେୟ ପରାମର୍ଶ ଦେଇଥିଲେ। ଶିକ୍ଷକ ଅଜିତ ପଣ୍ଡା ଅତିଥି ପରିଚୟ ସହ ସଂଯୋଜନା କରିଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତ୍ତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିବୃନ୍ଦ ପୁରସ୍କାର ଓ ପ୍ରମାଣ ପତ୍ର ପ୍ରଦାନ କରିଥିଲେ। ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ପରିଚାଳନାରେ ସହଯୋଗ କରିଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ