ସାପ କାମୁଡାରେ ଶିଶୁକନ୍ୟା ମୃତ

ଦିଗପହଣ୍ଡି,(ଅଳକ ନାଥ ମିଶ୍ର) ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ନାରାୟଣପୁର ଗ୍ରାମର ଅଷ୍ଟମି ପ୍ରିୟା ଗୌଡ଼ ନାମ୍ନୀ ଶିଶୁକନ୍ୟା ସାପ କାମୁଡା ରେ ମୃତ୍ୟୁବରଣ କରିଛନ୍ତି।ଶୁକ୍ରବାର ସକାଳେ ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ.ଆଇ ଜଗବନ୍ଧୁ ବାର୍ଲା ବମକେଇ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର  ରୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ପଠାଇଥିଲେ।ବ୍ୟବଚ୍ଛଦ ପରେ ମୃତଦେହ କୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।ଶୋକାକୁଳ ପରିବେଶ ମଧ୍ୟରେ ଗାଁ ରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।ଗୁରୁବାର ରାତି ରେ ଘରେ ଅଷ୍ଟମୀ ଙ୍କୁ ସାପ କାମୁଡି ଥିଲା।ପରିବାର ଲୋକେ ତାଙ୍କୁ ବମକେଇ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରିଥିଲେ।ରାତି ପ୍ରାୟ ୧୨ ଟାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା।ଏନେଇ କେ.ନୂଆଗାଁ ଥାନାରେ ଏତଲା ହେବାପରେ ଆଇଆଇସି କିଶୋର କୁମାର ସାମଲ ଥାନା ଅପମୃତ୍ୟୁ ମାମଲା ନଂ.୬/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ