ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଧାବୃତ୍ତି ପ୍ରଦାନ

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ବଳଦେବ ଉଚ୍ଚ ବିଦ୍ୟାଳୟ ପରିସରରେ ଗରୀବ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ମେଧାବୃତ୍ତି ପ୍ରଦାନ କରାଯାଇଛି। ଏହି ଉପଲକ୍ଷେ ବଳଦେବ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ରୁବିନା ପ୍ରଧାନଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଉତ୍ସବରେ ଟ୍ରଷ୍ଟର ମୁଖ୍ୟପୃଷ୍ଠପୋଷକ ତଥା ଆମେରିକା ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସ ମୁଖ୍ୟଅତିଥି ଭାବେ ଯୋଗଦେଇ ତାଙ୍କ ପିଲାଦିନର ଅତୀତ ସମ୍ପର୍କରେ କହିଥିଲେ। ଏଥିସହ ଛାତ୍ରଛାତ୍ରୀମାନେ ମନଯୋଗ ଦେଇ ଅଧ୍ୟୟନ କରି ଜଣେ ଜଣେ ସୁନାଗରିକ ହୋଇ ଦେଶ ଓ ଦଶର ନାମ ରଖିବାକୁ ସେ ଆହ୍ୱାନ ଦେଇଥିଲେ। ଏହି ଅବସରରେ ପ୍ରଫେସର ଡ. ଦାସ ବଳଦେବ ଉଚ୍ଚ ବିଦ୍ୟାଳୟର ୧୦ଜଣ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ କରିଥିଲେ। ଅନ୍ୟତମ ଅତିଥି ଭାବେ ଟ୍ରଷ୍ଟର ସଦସ୍ୟ ଭୂବନମୋହନ ଦାସ, ପୂର୍ବତନ ପ୍ରଧାନ ଶିକ୍ଷକ ନୃସିଂହ ଚରଣ ତ୍ରିପାଠୀ ପ୍ରମୁଖ ଯୋଗଦେଇ ବକ୍ତବ୍ୟ ରଖିଥିଲେ। ଶିକ୍ଷକ ତପନ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟର ଶିକ୍ଷୟିତ୍ରୀ ଝରଣା ମହାପାତ୍ରଙ୍କ ସମେତ ଅନ୍ୟ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଉତ୍ସବ ପରିଚାଳନାରେ ସହଯୋଗ କରିଥିଲେ। ଏଠାରେ ସୂଚନା ଯୋଗ୍ୟ ଯେ ଟ୍ରଷ୍ଟ ପକ୍ଷରୁ ବିଭିନ୍ନ ସମୟରେ ଗରୀବ ମେଧାବୀ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ ସହ ଚିକିତ୍ସା ସହାୟତା ଏବଂ ବନ୍ୟା, ବାତ୍ୟା, ଅଗ୍ନିକାଣ୍ଡ ଭଳି ପ୍ରାକୃତିକ ବିପର୍ଯ୍ୟୟରେ ପିଡିତ ମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ