ବଡମ୍ବା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ

କଟକ (ଓ୍ବାଇଏନଏସ): କଟକ ଜିଲ୍ଲା ବଡମ୍ବା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଆଜି କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ବଡମ୍ବା ବିଧାୟକ ଶ୍ରୀ ବିଜୟ କୁମାର ଦଳବେହେରା ବୈଠକରେ ଅଧ୍ୟକ୍ଷତା କରି ବଡମ୍ବା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ବିଶେଷକରି ନିର୍ବାଚନ ମଣ୍ଡଳୀର ପ୍ରତ୍ୟେକ ଲୋକଙ୍କୁ ପାନୀୟ ଜଳ ଯୋଗାଣ, ପ୍ରତ୍ୟେକ ଘରକୁ ପାଇପ୍ ସଂଯୋଗ ଉପରେ ବିଧାୟକ ଗୁରୁତ୍ୱାରୋପ କରିଥିଲେ । ଜିଲ୍ଲାର ଚାଲୁ ରହିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ଶେଷ କରିବାକୁ ଶ୍ରୀ ଦଳବେହେରା ନିର୍ଦ୍ଦେଶ ଦେଇଥିଲେ । ବଡମ୍ବା ଓ ନରସିଂହପୁର ଅଂଚଳରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ କରିବା, ବିଭିନ୍ନ ବିଦ୍ୟାଳୟରେ ଶିକ୍ଷକ ଓ ଅଣ ଶିକ୍ଷକ ପଦବୀ ପୂରଣ କରିବା, ବନ୍ଦ କରିଦିଆଯାଇଥିବା ବିିଭନ୍ନ ବିଦ୍ୟାଳୟକୁ ପୁନଃ ଖୋଲିବା, ନୂତନ ପ୍ରାଥମିକ ବିଦ୍ୟାଳୟ ଖୋଲାଯିବା, ବିଦ୍ୟୁତ୍ ଯୋଗାଣ, ଟେଲିଫୋନ୍ ସେବା ଯୋଗାଇଦେବା ଆଦି ବିଷୟରେ ଆଲୋଚନା କରାଯାଇ ଖୁବ ଶୀଘ୍ର ସମସ୍ୟା ସମାଧାନ ଦିଗରେ ତ୍ୱରିତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଥଲା । ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀ ଯେପରି କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ସୁଫଳ ପାଇପାରନ୍ତି ସେ ଦିଗରେ ବିଭାଗୀୟ ଅଧିକାରୀମାନେ ତତ୍ପର ହେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା । ଏଥିସହ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ସ୍ଥିତି ଓ ନିର୍ଦ୍ଧାରିତ ସମୟ ମଧ୍ୟରେ ସେଗୁଡିକ ଶେଷ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ଅତିରିକ୍ତ ଜିଲ୍ଲାପାଳ ଡଃ ଇପସିତା ପ୍ରିୟଦର୍ଶିନୀ ମିଶ୍ର ବୈଠକ ସଂଚାଳନ କରିଥିôବାବେଳେ ବଡମ୍ବା ବ୍ଲକ ଅଧ୍ୟକ୍ଷ ଶ୍ରୀ ରଘୁପତି ମହାନ୍ତି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ପ୍ରଶାନ୍ତ କୁମାର ନାୟକ, ବଡମ୍ବା ଓ ନରସିଂହପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସମେତ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଓ ଯନ୍ତ୍ରୀ ଉପସ୍ଥିତ ରହି ସମୀକ୍ଷା ସମ୍ବନ୍ଧରେ ଆଲୋଚନା କରିଥିଲେ । ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟର ଉପନିର୍ଦ୍ଦେଶକ ଶ୍ରୀ ବିଶ୍ୱରଞ୍ଜନ ଦାଶ ଧନ୍ୟବାଦ ଅର୍ପଣ କରିଥିôବାବେଳେ ସହକାରୀ ନିର୍ଦ୍ଦେଶକ ଶ୍ରୀ ରାମଚନ୍ଦ୍ର ମଲ୍ଲିକ ଏବଂ ଜିଲ୍ଳା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ