ଭାଗବତ ପ୍ରସାଦ ମହାନ୍ତି ଟ୍ରଷ୍ଟ ପକ୍ଷରୁ ରେସୱା ଶକ୍ତିସଦନ ଅନ୍ତେବାସୀଙ୍କୁ କମ୍ବଳ ବଣ୍ଟନ
କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):ସର୍ବ ଜନପ୍ରିୟ ଜନନେତା ସ୍ୱର୍ଗତ ଭାଗବତ ପ୍ରସାଦ ମହାନ୍ତିଙ୍କ ସ୍ମୃତିରେ ତାଙ୍କ ନାମରେ ନାମିତ ଟ୍ରଷ୍ଟ ପକ୍ଷରୁ ଅସହାୟମାନଙ୍କୁ ଶୀତବସ୍ତ୍ର କମ୍ବଳ ପ୍ରଦାନ କରାଯାଇଛି। ଗରାପୁରସ୍ଥିତ ‘ରେସୱା’ ସ୍ୱେଛାସେବୀ ଅନୁଷ୍ଠାନ ଦ୍ୱାରା ପରିଚାଳିତ ଶକ୍ତିସଦନର ଅନ୍ତେବାସୀମାନଙ୍କୁ ରବିବାର ଭାଗବତ ପ୍ରସାଦ ମହାନ୍ତି ଟ୍ରଷ୍ଟ ପକ୍ଷରୁ ଏହି କମ୍ବଳ ପ୍ରଦାନ କରାଯାଇଛି। ସ୍ୱର୍ଗତ ମହାନ୍ତିଙ୍କ ସୁପୁତ୍ର ତଥା ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟ ପରିଚାଳନା ସମିତି ସଭାପତି ସୁଜିତ ମହାନ୍ତି କାର୍ଯ୍ୟକ୍ରମରେ ଯୋଗଦେଇ ଅନ୍ତେବାସୀମାନଙ୍କୁ କମ୍ବଳ ବଣ୍ଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ଗୈାତ୍ତମ ପଟ୍ଟନାୟକ, ଜିଲ୍ଲା ପ୍ରତିଭା ପୂଜା ସଂସଦ ସଭାପତି ପ୍ରଦୀପ କୁମାର ମହାନ୍ତି, ରେସୱା ନିର୍ଦ୍ଦେଶକ ସେକ ଲିଆକତ ହୋସେନ, ଶକ୍ତିସଦନ ଅଧ୍ୟକ୍ଷା ମିନତୀ ମହାରଣା, ସାମ୍ବାଦିକ ଚିତ୍ତରଞ୍ଜନ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


