ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର
ପୋଲସରା (ଅନୀଲ କୁମାର ମହାରଣା): ପୋଲସରା ବ୍ଲକ ପରିସରରେ ନଭେମ୍ବର ୧୫ ତାରିଖ ଦିନ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ବିଡ଼ିଓ ଶଶିଭୂଷଣ ମହାପାତ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକର ସମସ୍ତ ୨୬ଟି ପଞ୍ଚାୟତର ଭିନ୍ନକ୍ଷମ ବୃନ୍ଦ ନିଜର ନାମ ପଞ୍ଜିକରଣ କରିଥିଲେ। କାର୍ଯ୍ୟକ୍ରମରେ ଆସିକା ସାଂସଦ ଅନିତା ସୁଭଦର୍ଶିନୀ ପଟ୍ଟନାୟକ, ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଅତିଥିଭାବେ ଯୋଗଦେଇ ଭିନ୍ନକ୍ଷମମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଆଲୋକପାତ କରିଥିଲେ। ଏହି ଶିବିରରେ ୩୩ ଜଣ ଭିନ୍ନକ୍ଷମଙ୍କୁ ରାଜ୍ୟ ଖାଦ୍ୟ ସୁରକ୍ଷା ଆଇନ ଯୋଜନାରେ ରାସନ କାର୍ଡ ପ୍ରଦାନ କରାଯାଇଥିବା ବେଳେ ୨ ଜଣଙ୍କୁ ଟ୍ରାଈସାଇକେଲ ଓ ଜଣଙ୍କୁ ହୁଇଲ ଚେୟାର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧକ୍ଷା କଳ୍ପନା କୁମାରୀ ପ୍ରଧାନ, ତହସିଲଦାର ଦିପ୍ତିମୟୀ ପାତ୍ର, ଜିଲ୍ଲା ପରିଷଦ ସଭ୍ୟ ଅଶୋକ ବିଷୋୟୀ ଓ ସିଡିପିଓ ତିଳୋତ୍ତମା ରାଉତ ଯୋଗଦେଇଥିଲେ। ବ୍ଲକର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


