ବିରଞ୍ଚି ନାରାୟଣ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ
ବୁଗୁଡା, (ଅନୀଲ କୁମାର ମହାରଣା) : ବୁଗୁଡାର ପ୍ରତିଷ୍ଠିତ ଇଂରାଜୀ ମାଧ୍ୟମ ଶିକ୍ଷାନୁଷ୍ଠାନ, ବିରଞ୍ଚି ନାରାୟଣ ପବ୍ଲିକ ସ୍କୁଲର ୨୦୨୫-୨୬ ଶିକ୍ଷା ବର୍ଷର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି। ଶିକ୍ଷାନୁଷ୍ଠାନର ପ୍ରିନ୍ସପାଲ ବାଲ ଗୋପାଲ ଶତପଥୀଙ୍କ ଅଧ୍ୟକ୍ଷରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବୁଗୁଡା ବନାଞ୍ଚଳ ଅଧିକାରୀ ମାନସ କୁମାର ସାହୁ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଶିକ୍ଷାନୁଷ୍ଠାନର ଉପଦେଷ୍ଟା ସୁରେଶ ଚନ୍ଦ୍ର ଦାଶ, ଅବସରପ୍ରାପ୍ତ କ୍ରୀଡା ଶିକ୍ଷକ ବି ଗୋପାଳ ପାତ୍ର ଓ ଟ୍ରଷ୍ଟର କୋଷାଧ୍ୟକ୍ଷ ଏ.ଜାନକୀ ରାଣୀ ପାତ୍ର ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେବା ସହ କ୍ରୀଡ଼ାରେ କୃତିତ୍ବ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଶେଷରେ ତପସ୍ୱିନୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।


