ବିଜେଡି ଜିଲ୍ଲା ସଭାପତି ନିର୍ବାଚନ; ୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ
ଭୁବନେଶ୍ୱର,(ସମୀର ରଞ୍ଜନ ନାୟକ ): ୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ବିଜେଡି ଜିଲ୍ଲା ସଭାପତି । ଏନେଇ ବିଜେଡିର ରାଜ୍ୟ ନିର୍ବାଚନ ଅଧିକାରୀ ବିଧାୟକ ପ୍ରତାପ କେଶରୀ ଦେବ ସୂଚନା ଦେଇଛନ୍ତି । ତାଙ୍କ କହିବା ମୁତାବକ, ବିଜେଡିର ସାଙ୍ଗଠନିକ ନିର୍ବାଚନ ପରିଚାଳନା କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବାକୁ ଯାଉଛି ।ସୂଚନାମୁତାବକ, ପୁରୀ ଜିଲ୍ଲା ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଛନ୍ତି ପୂର୍ବତନ ବିଧାୟକ ଉମାକାନ୍ତ ସାମନ୍ତରାୟ । ସେହିପରି ସୁନ୍ଦରଗଡ଼ ଜିଲ୍ଲା ପାଇଁ ନାମାଙ୍କନ ଭରିଛନ୍ତି ବିଧାୟକ ଯୋଗେଶ ସିଂ । ଅନୁଗୁଳୁ ବିଜେଡି ଜିଲ୍ଲା ସଭାପତି ପାଇଁ ତାଳଚେର ବିଧାୟକ ବ୍ରଜ ପ୍ରଧାନ ନାମାଙ୍କନ ଭରିଛନ୍ତି । ପୂର୍ବତନ ବିଜେଡି ବିଧାୟକ ମାନସ ମାଡକାମୀ ମାଲକାନଗିରି ଜିଲ୍ଲା ସଭାପତି ପଦ ପାଇଁ ନାମାଙ୍କନ ଭରିଛନ୍ତି ।ଦଳ ପକ୍ଷରୁ କୁହାଯାଇଛି, ପଞ୍ଚମ ପର୍ଯ୍ୟାୟରେ ଷ୍ଟେଟ କାଉନସିଲ ଓ ଷଷ୍ଠ ପର୍ଯ୍ୟାୟରେ ଷ୍ଟେଟ ଏକଜିକ୍ୟୁଟିଭ ନିର୍ବାଚନ ହେବ । ଯେଉଁଥିରେ ରାଜ୍ୟ ସଭାପତି ନିର୍ବାଚନ ହେବ । ଏହା ପରେ ଅନ୍ୟ ପଦ ପାଇଁ ନିର୍ବାଚନ ହେବା ସହ ବ୍ଲକ, ପୌର ସଭାପତି ନିର୍ବାଚନ ହେବ । ଯୁବ, ଛାତ୍ର ଓ ମହିଳା ସଭାପତି ନିର୍ବାଚନ ବି ରାଜ୍ୟ ସଭାପତିଙ୍କ ଅନୁମୋଦନରେ ହେବ ।