ବିଜେଡି ପକ୍ଷରୁ ବିଜୁ ବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ
ବନ୍ତ,(ଚାନ୍ଦିନୀ ମହାନ୍ତି) : ବନ୍ତ ବ୍ଲକ ତୋଡଗାଁ ଅମର କଲ୍ୟାଣ ମଣ୍ଡପ ଠାରେ ବିଜେଡି ପକ୍ଷରୁ ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀ ସ୍ତରୀୟ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି । ବନ୍ତ ବ୍ଲକ ବିଜେଡି ସଭାପତି ଲକ୍ଷ୍ମୀକାନ୍ତ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଭଣ୍ଡାରିପୋଖରୀ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ, ଜିଲା ପରିଷକ୍ଷ ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ଜେନା, ବନ୍ତ ବ୍ଲକ ଉପାଧ୍ୟକ୍ଷା ପ୍ରଗତିବାଳା ସ୍ୱାଇଁ, ଭଣ୍ଡାରିପୋଖରୀ ବ୍ଲକ ସଭାପତି ଲକ୍ଷ୍ମୀଧର ସାହୁ, ବ୍ଲକ ଯୁବ ସଭାପତି ଲଳିତ କୁମାର ରାଉତ, ବନ୍ତ ବ୍ଲକ ଯୁବ ସଭାପତି ସତ୍ୟ ସାଧନ ବେଜ, ଜିଲା ଛାତ୍ର ବିଜେଡି ସଭାପତି ଦୀପ୍ତିସୂର୍ଯ୍ୟ ବିଶ୍ୱାଳ, ପୂର୍ବତନ ସରପଞ୍ଚ ପ୍ରଶାନ୍ତ ସାମଲ ପ୍ରମୁଖ ଯୋଗ ଦେଇ ପ୍ରବାଦ ପୁରୁଷ ବିଜୁ ବାବୁ ଜଣେ ସଚ୍ଚୋଟ, ନିର୍ଭିକ ଏବଂ ବିଚକ୍ଷଣ ର ।ଜନେତା ଥିଲେ । ଦେଶ ଓ ରାଜ୍ୟ ପାଇଁ ତାଙ୍କର ଅବଦାନ ଅତୁଳନୀୟ ଥିଲା ବୋଲି କହିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ତୋଡଗାଁ ପୂର୍ବତନ ସରପଞ୍ଚ ଚିତ୍ତ ରଞ୍ଜନ ଦାସ, ପୂର୍ବତନ ସମିତି ସଭ୍ୟ ପୂର୍ଣ୍ଣ ଚନ୍ଦ୍ର ବେହେରା, ଅକ୍ଷୟ ଦାସଙ୍କ ସମେତ ଅନ୍ୟ ମାନେ ସହଯୋଗ କରିଥିଲେ । ସେହିପରି ବନ୍ତ ହାଟସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ଦଳୀୟ ନେତୃତ୍ୱ ମାନେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ । ଏଥିରେ ଅଲୋକ କୁମାର ରାଉତ, ଶକ୍ତିଧର ରାଉତ, ସନ୍ତୋଷ ରାଉତ, ସଞ୍ଜୀବ ଦାସ, ପୂର୍ବତନ ସରପଞ୍ଚ ବିଜୟ ବିଶ୍ୱାଳ, ଶତୃଘ୍ନ ମହାରାଜ, ସୂର୍ଯ୍ୟ ନାରାୟଣ ଜେନାଙ୍କ ସମେତ ଅନ୍ୟ ମାନେ ଯୋଗ ଦେଇଥିଲେ ।


