ବିଜେପି ନେତ୍ରୀଙ୍କ ପିତୃ ବିୟୋଗ

କେନ୍ଦ୍ରାପଡ଼ା (ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡ଼ା ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ଡ. ଜ୍ୟୋତ୍ସ୍ନାରାଣୀ ଜେନାଙ୍କ ପିତା ପର୍ଶୁରାମ ପାତ୍ରଙ୍କ ୮୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ତାଙ୍କ ବିୟୋଗ ଖବର ପାଇ କେନ୍ଦ୍ରାପଡ଼ା ଜିଲ୍ଲାର ବହୁ ବିଜେପି ନେତାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଥିଲେ। ସେ ଜଣେ ମିଷ୍ଟଭାଷୀ, ପରୋପକାରୀ ଓ ବନ୍ଧୁବତ୍ସଳ ବ୍ୟକ୍ତି ଭାବରେ ସାଧାରଣରେ ପରିଚିତ ଥିଲେ। ମୃତ୍ୟୁଶଯ୍ୟା ନିକଟରେ ଝିଅ ବିଜେପି ନେତ୍ରୀ ଡ. ଜ୍ୟୋତ୍ସ୍ନାରାଣୀ ଜେନା, ଜ୍ୱାଇଁ ସମାଜସେବୀ ଅମୀୟ କୁମାର ଜେନା, ଝିଅ, ଜ୍ୱାଇଁ, ବନ୍ଧୁ ଓ ପରିବାରବର୍ଗ ଉପସ୍ଥିତ ଥିଲେ। ସ୍ୱର୍ଗତ ପାତ୍ର ଗ୍ରୀଡକୋରେ ଚାକିରୀ କରି ଅବସର ନେଇଥିଲେ। ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସଂପନ୍ନ ହୋଇଥିଲା। ଏକମାତ୍ର ପୁତ୍ର ସନ୍ତୋଷ ପାତ୍ର ବିଦେଶରେ ରହୁଥିବାରୁ ୫ ଝିଅ ସାମୁହିକ ଭାବେ ମୁଖାଗ୍ନି ଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ