ବ୍ଲକ ସ୍ତରୀୟ ପଞ୍ଚାୟତିରାଜ ଦିବସ

ବୁଗୁଡ଼ା ,(ଅନୀଲ କୁମାର ମହାରଣା): ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ବ୍ଲକ ସମ୍ମିଳନୀ କକ୍ଷରେ ୨୪-୪-୨୬ ତାରିଖ ଦିନ ଜାତୀୟ ପଞ୍ଚାୟତିରାଜ ଦିବସ  ପାଳିତ ହୋଇଯାଇଛି। ବୁଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦୁତିକୃଷ୍ଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ଏବଂ ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ମନ୍ତ୍ରୀ ଶ୍ରୀ ମଲ୍ଲିକ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଉପସ୍ଥିତ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ଯୋଗ୍ୟ ହିତାଧିକାରୀଙ୍କୁ ଅନ୍ତୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ, ଭତ୍ତା ଓ ନୂତନ ଖାଉଟି କାର୍ଡ ବଣ୍ଟନ କରିଥିଲେ। ଏହି ଅବସରରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସିବିଏସଇ ଦଶମ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ଆଶୁତୋଷ ବିଷୋୟୀ ୯୨.୬%, ଏ. ଦେବଦୂତ ଆଚାରୀ ଓ ସୁଶ୍ରୀ ସାଇଦର୍ଶନୀ ୯୧.୪%, ଅଂଶୁମାନ ବିଷୋୟୀ ୯୦.୮% ମାନପତ୍ର ଦେଇ  ସମ୍ବର୍ଦ୍ଧିତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବ୍ଲକ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ଜିଲ୍ଲା ପରିଷଦ ସଦସ୍ୟ ଗଙ୍ଗାପାଣି ଜେନାଙ୍କ ସମେତ  ଜନପ୍ରତିନିଧି, ବିଭାଗୀୟ ଅଧିକାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ। ପରିଶେଷରେ ଏବିଡ଼ିଓ ଧର୍ମରାଜ ପରିଡ଼ା ଧନ୍ୟବାଦ୍ ଅର୍ପଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ