ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର
ଦିଗପହଣ୍ଡି,(ଅଳକ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମ ପୋଖରୀ ରେ ବୁଡ଼ିଯାଇ ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି ।ମୃତକ ଜଣକ ହେଲେ ଗୌତମୀ ଗ୍ରାମ ଗୋଲା ସାହି ର ଡି. କର୍ମା ପାତ୍ର(୮୫)। ଗୁରୁବାର ମଧ୍ୟାହ୍ନରେ ସେ ପୋଖରୀ କୁ ଗାଧୋଇବା ପାଇଁ ଯାଇ ନିଖୋଜ ହୋଇଯାଇଥିଲେ।ପରିବାର ଲୋକେ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କ ସନ୍ଧାନ ମିଳିନଥିଲା।ଅପରାହ୍ନ ପ୍ରାୟ ସାଢେ ୩ ଟାରେ ତାଙ୍କ ମୃତଦେହ ଭାସୁଥିବା କିଛି ଗ୍ରାମବାସୀ ଦେଖିଥିଲେ। ପୂର୍ବତନ ସରପଞ୍ଚ ସୁଶାନ୍ତ ସ୍ବାଇଁ ଏବଂ ଗ୍ରାମର କିଛି ଯୁବକ ତାଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଆଡ଼ପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରିଥିଲେ।ସେଠାରେ ଡାକ୍ତର ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ ଚେତା ନଫେରିବାରୁ ପରିବାର ଲୋକେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ନେଇଥିଲେ।ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ବ୍ରହ୍ମପୁର ସଦର ଥାନା ପୋଲିସ ଟିମ୍ ବଡ଼ ଡାକ୍ତରଖାନା ରେ ପହଞ୍ଚି ଅପମୃତ୍ୟୁ ମାମଲା ରୁଜୁ କରିବା ସହ ମୃତଦେହ ଜବତ କରିଛନ୍ତି।ଶୁକ୍ରବାର ସକାଳେ ତାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ପୋଲିସ କହିଛି।


