ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଦିଗପହଣ୍ଡି (ଅଳକ ନାଥ ମିଶ୍ର) ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଲ୍ଲୀ ଗ୍ରାମର ପୋଖରୀ ରୁ ରବିବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ଚଷାନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମର ରୋହିତ ଗୌଡ଼(୪୨)। ସୋମବାର ସକାଳେ ରୋହିତ ଙ୍କ ଭାଇ  ମିଟୁ ଗୌଡ଼ ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ଅପମୃତ୍ୟୁ ମାମଲା ନଂ.୨୭/୨୬ ଅନୁଯାୟୀ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ପଠାଇଥିଲେ।ବ୍ୟବଚ୍ଛେଦ ପରେ ମୃତଦେହ କୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି। ରୋହିତ ପ୍ରତିଦିନ ଭଳି ରବିବାର ସନ୍ଧ୍ୟା ରେ ଗାଁ ଠାରୁ ପ୍ରାୟ ୧ କି.ମି ଦୂରରେ ଥିବା  ପୋଖରୀ କୁ ଗାଧୋଇବା ପାଇଁ ଯାଇ ନିଖୋଜ ହୋଇଯାଇଥିଲେ।ପରିବାର ଲୋକେ ସମ୍ପର୍କୀୟ ଲୋକଙ୍କ ସହାୟତାରେ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କ ସନ୍ଧାନ ମିଳିନଥିଲା।ରୋହିତ ପୋଖରୀ ରେ ଗାଧୋଉଥିବା କିଛି ବ୍ୟକ୍ତି ପୂର୍ବରୁ ଦେଖିଥିବା କହିବାରୁ ରାତି ପ୍ରାୟ ୧୧ ଟାରେ ସାନଖେମୁଣ୍ଡି ଅଗ୍ନିଶମ ବାହିନୀ କୁ ଖବର ଦିଆଯାଇଥିଲା।ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟ ଅକ୍ଳାନ୍ତ ପରିଶ୍ରମ କରିବା ପରେ ରୋହିତ ଙ୍କୁ ଚେତା ଶୂନ୍ୟ ଅବସ୍ଥାରେ ପୋଖରୀର ଗଭୀର ପାଣି ଭିତରୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରିଥିଲେ।ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ