ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ
ପାରଳାଖେମଣ୍ଡି (ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି. ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁନୀଲ କାନ୍ତ ମହାନ୍ତି, ଶଙ୍କର କେରକେଟା, ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଓ କେ.ନାଗରଜୁ, ବନଖଣ୍ଡ ଅଧିକାରୀ,ପାରଳାଖେମୁଣ୍ଡି,ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି, କତଳକଇଠା, ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୫୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୪୫ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୧୦ ଗୋଟି ଓ ୨ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା. ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଅନୁପ ପଣ୍ଡା, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଅଂଶୁମାନ ମହାପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ୍ ଆଲ୍ଲୀ, ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୋରା ଚନ୍ଦ୍ର ପଟ୍ଟନାୟକ, ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।


