ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,(ଓ୍ବାଇଏନଏସ): ବିଭାଜନ ବିଭୀଷିକା ସ୍ମୃତି ଦିବସ ଅବସରରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ, ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ନାୟକ, ଦେବଦତ୍ତ ପଣ୍ଡା ଓ ସୁନୀଲ କୁମାର କେର୍କଟାଙ୍କ ସମେତ ବହୁ ପ୍ରଶାସନିକ ଅଧିକାରୀ, କର୍ମଚାରୀ ଏବଂ ବିଭିନ୍ନ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଯୋଗଦେଇଥିଲେ। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରିଥିବା ଏହି କ୍ୟାଣ୍ଡଲ ଶୋଭାଯାତ୍ରା ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପରିକ୍ରମା କରି ବିଭାଜନର ବିଭୀଷିକାରେ ପ୍ରଭାବିତ ଲୋକଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲା।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ