ବିଶ୍ୱକର୍ମା ପୂଜାରେ ଯୋଗଦେଲେ ଛତ୍ରପୁର ବିଧାୟକ

ଛତ୍ରପୁର, (ଓ୍ବାଇଏନଏସ): ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ ଭଗବାନ ବିଶ୍ୱକର୍ମାଙ୍କ ପୂଜା ପାଳିତ ହୋଇଛି। ଆକର୍ଷଣୀୟ ତୋରଣ ଓ ଆଲୋକସଜ୍ଜାରେ ପୂଜା ମଣ୍ଡପ ଝଲସି ଉଠିଛି। ଏହି ଅବସରରେ ଶୁକ୍ରବାର ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ପୂଜା ମଣ୍ଡପରେ ପହଞ୍ଚି ଭଗବାନ ବିଶ୍ୱକର୍ମାଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ଲାଭ କରିଥିଲେ। ପରେ ସେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଜେପି ଗଞ୍ଜାମ ଜିଲ୍ଲା ସମ୍ପାଦକ ଏନ୍‌. ଦୁର୍ଯ୍ୟୋଧନ ରେଡ୍ଡୀ, ଯୁବ ନେତା ବନୋଜ ନାହାକ, ପୂର୍ବତନ ସମିତି ସଭ୍ୟ ଜ୍ୟୋତିରଞ୍ଜନ ସାହୁ, ଶ୍ରୀରାମଚନ୍ଦ୍ରପୁର ସରପଞ୍ଚ ଏସ୍‌. ସଞ୍ଜୀବ ରେଡ୍ଡୀଙ୍କ ସମେତ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ