ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ବିଜ୍ଞପ୍ତି ଉପରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ

କଟକ, (ଓ୍ବାଇଏନଏସ): ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ବିଜ୍ଞପ୍ତି ଉପରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ। ୧୫୧ଟି ଅଧିକ ପଦବୀ ପୂରଣ ପାଇଁ ଓ.ପି.ଏସ.ସିକୁ ଅନୁରୋଧ। ନିକଟରେ ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶିତ ହୋଇଥିଲା। ହେଲେ ଏଥିରେ ଓଏଏସ୍, ଓଆର୍‌ଏସ୍ ଆଦି କେତେକ କ୍ୟାଡରରେ ଆଦୌ ପଦବୀ ନଥିବାରୁ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଥିବାର ଖବର ପ୍ରକାଶିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ଏ ସମ୍ପର୍କରେ ଜାଣିବା ପରେ ତୁରନ୍ତ ହସ୍ତକ୍ଷେପ କରି ଏହି ସବୁ ପଦବୀ ସମ୍ପର୍କରେ ସମୀକ୍ଷା କରି ଖାଲି ପଦବୀ ପୂରଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ OASରେ ୧୪ଟି, ORSରେ ୧୧୩ଟି, OTSରେ ୧୬ଟି ଓ OWSରେ ୮ଟି ପଦବୀ ପୂରଣ ପାଇଁ ଓଡ଼ିଶା ଲୋକସେବା ଆୟୋଗକୁ ଅନୁରୋଧ କରିଛନ୍ତି। ସମୁଦାୟ ୧୫୧ଟି ଅଧିକ ପଦବୀ ପାଇଁ ଅନୁରୋଧ କରାଯାଇଛି। ଏହାଦ୍ବାରା ଏହିସବୁ ପଦବୀ ପାଇଁ ଆଶାୟୀ ଥିବା ଅନେକ ଯୁବକ ଯୁବତୀ ପରୀକ୍ଷା ଦେଇ ନିଜ ଯୋଗ୍ୟତା ବଳରେ ସଫଳତା ହାସଲ କରି ପାରିବେ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ନିଯୁକ୍ତି କ୍ଷେତ୍ରକୁ ସର୍ବାଧିକ ଗୁରୁତ୍ବ ଆରୋପ କରୁଛନ୍ତି। ଗତ ୧୮ ମାସରେ ପ୍ରାୟ ୪୦ ହଜାର ସରକାରୀ ପଦବୀ ପୂରଣ ହୋଇସାରିଛି। ବର୍ତ୍ତମାନ ମଧ୍ୟ ବିଭିନ୍ନ ଆୟୋଗ ଦ୍ବାରା ଯେଉଁ ପରୀକ୍ଷା କରାଯିବ, ବି‌ଜ୍ଞପ୍ତି ପ୍ରକାଶ ପର୍ଯ୍ୟନ୍ତ ଯେତେ ପଦବୀ ଖାଲିଥିବ ସବୁ ପୂରଣ କରିବା ପାଇଁ ଆୟୋଗଗୁଡିକୁ ସୁପାରିସ କରିବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ