ସୁସ୍ଥ ହୋଇ ଏସସିବି ମେଡିକାଲରୁ ଡିସଚାର୍ଜ ହେଲେ ମୁଖ୍ୟମନ୍ତ୍ରୀଙ୍କ ଧର୍ମପତ୍ନୀ

କଟକ, (ଓ୍ବାଇଏନଏସ): ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଧର୍ମପତ୍ନୀ ଶ୍ରୀମତୀ ପ୍ରିୟଙ୍କା ମାରାଣ୍ଡି ସୁସ୍ଥ ହେବା ପରେ ଆଜି ତାଙ୍କୁ ଏସସିବି ମେଡିକାଲ କଲେଜ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି। ସେ ଗତ ୨୦ ତାରିଖରେ ଏସ ସି ବି ର ସର୍ଜରୀ ୱାର୍ଡରେ ଭର୍ତ୍ତି ହୋଇଥିଲେ ଏବଂ ୨୧ ତାରିଖରେ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା। ଅସ୍ତ୍ରୋପଚାର ସଫଳ ହେବା ସହ ବର୍ତ୍ତମାନ ସେ ସମ୍ପୂର୍ଣ ସୁସ୍ଥ ଅଛନ୍ତି।ଏସ ସି ବି ମେଡିକାଲ କଲେଜ ହସ୍ପିଟାଲର ସର୍ଜରୀ ବିଭାଗର ପ୍ରଫେସର ଡା. ଏଲ. ଭି. ଗୌରୀ ଏହି ଅସ୍ତ୍ରୋପଚାର କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ