ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ମାନଙ୍କରେ “ବନ୍ଦେ ମାତରମ”ର ସାମୂହିକ ଗାନ

ବାଲେଶ୍ବର(ସରୋଜ ପଣ୍ଡା): ରାଷ୍ଟ୍ରଗୀତ “ବନ୍ଦେ ମାତରମ”ର ୧୫୦ ବର୍ଷ ପୂର୍ତ୍ତି ଏବଂ ଜାତୀୟ ଯୁବ ଦିବସ ପାଳନ ଅବସରରେ ବାଲେଶ୍ଵର ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ମାନଙ୍କରେ “ବନ୍ଦେ ମାତରମ”ର ସାମୂହିକ ଗାନ, ସ୍ବଦେଶୀ ସଂକଳ୍ପ ପାଠ ଓ ବିଭିନ୍ନ ପ୍ରତିଯୋଗୀତା କାର୍ଯ୍ୟକ୍ରମ  ତା-୧୨.୦୧.୨୦୨୬ ରିଖ ପୂର୍ବାହ୍ନ ୧୧.୦୦ ଘଟିକା ସମୟରେ  ଆୟୋଜିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାରେ ଥିବା ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟ ଏବଂ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ମାନଙ୍କରେ ଅନ୍ୟୁନ ୨୯୦୦୭୩ ଜଣ ଛାତ୍ର-ଛାତ୍ରୀ ଅଂଶଗ୍ରହଣ କରି ରାଷ୍ଟ୍ରଗୀତ “ବନ୍ଦେ ମାତରମ” ର ସମୂହ ଗାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଜନପ୍ରତିନିଧି, ସମ୍ପୃକ୍ତ ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏବଂ ପୌରାଞ୍ଚଳର  କାର୍ଯ୍ୟ ନିର୍ବାହୀ ଅଧିକାରୀ, ବ୍ଲକ ଶିକ୍ଷା ଅଧିକାରୀମାନେ ଯୋଗଦାନ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ