ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ
ହାଟଡିହି,(ଓ୍ବାଇଏନଏସ): ରାଜ୍ୟରେ ଭାଜପା ସରକାର ଥିବା ବେଳେ ଲୋକ ପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି l ଏପରି ଘଟଣାକୁ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯାଇଥିବା ବେଳେ କାର୍ଯ୍ୟାନୁଷ୍ଠାନ ଦାବୀ ହୋଇଛି l ଅପର ପକ୍ଷେ ଏହି ଘଟଣା ପଛରେ ବିରୋଧୀଙ୍କ ହାତ ଥିବା ଆଲୋଚନାର ମୁଖ୍ୟ ପ୍ରସଙ୍ଗ ସାଜିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲ୍ଲାରେ ବଦନାମ ଉଦ୍ୟମ କରାଯାଉଥିବା କୁହାଯାଉଛି l ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା କର୍ମୀ ଏବଂ ନେତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିବା ସାଧାରଣ ଲୋକ ମଧ୍ୟ ଏପରି ଘଟଣାକୁ ନିନ୍ଦା କରିଛନ୍ତି l ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ନେଇ ନେଇ କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକ ନନ୍ଦିପଦା ଥାନାରେ ଅଭିଯୋଗ ହୋଇଛି l କଳିଙ୍ଗା ଗ୍ରାମର କହ୍ନେଇ ଚରଣ ଦାସ ଲିଖିତ ଅଭିଯୋଗ କରି କାର୍ଯ୍ୟାନୁଷ୍ଠାନ ଦାବୀ କରିଛନ୍ତି l ଅଭିଯୋଗ ଅନୁସାରେ କଳିଙ୍ଗା ପଞ୍ଚାୟତ ଇଚ୍ଛାପୁର ଗ୍ରାମର ସୁବାଷ ଦାସଙ୍କ ପୁଅ ସୁଶାନ୍ତ (୨୮ ବର୍ଷ) ନିଜ ଫେସ ବୁକ ଆଇଡି ‘ଦାସ କୁମାର ଦାସ ସୁଶାନ୍ତ’ ରେ ମୁଖ୍ୟମନ୍ତ୍ରୀ ମାଝୀଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ଲେଖି ଭିଡିଓ ପୋଷ୍ଟ କରିଛନ୍ତି l ଯାହାକି ଲଜ୍ୟା ଜନକ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ଭାବମୂର୍ତ୍ତିକୁ କ୍ଷୁର୍ଣ କରୁଛି l ଏଥିସହ ଅଭିଯୋଗକାରୀ କହ୍ନେଇ ଫେସବୁକ ରେ ପୋଷ୍ଟ ହୋଇଥିବା ଭିଡିଓର ରେକର୍ଡ଼ିଂ ଥାନାଧିକାରୀଙ୍କୁ ପ୍ରଦାନ କରିଛନ୍ତି l ଥାନାଧିକାରୀ ଧର୍ମେନ୍ଦ୍ର ଶାନ୍ତି କହିଛନ୍ତି ଯେ ଅଭିଯୋଗ ପାଇବା ପରେ ଘଟଣା ଦିଗରେ ଅନୁସନ୍ଧାନ ଚଳାଇଛୁ l


