ଦକ୍ଷିଣାଞ୍ଚଳ ସୂଚନା ଓ ଲୋକସମ୍ପର୍କ ବିଭାଗ ଉପ ନିର୍ଦ୍ଦେଶକଙ୍କ ଯୋଗଦାନ

ବ୍ରହ୍ମପୁର,(ସୁଦିପ କୁମାର ସାହୁ): ଦକ୍ଷିଣାଞ୍ଚଳ ସୂଚନା ଓ ଲୋକସମ୍ପର୍କ ବିଭାଗର ଉପ ନିର୍ଦ୍ଦେଶକ ଭାବେ ବସନ୍ତ କୁମାର ପ୍ରଧାନ ବ୍ରହ୍ମପୁରସ୍ଥିତ ଦକ୍ଷିଣାଞ୍ଚଳ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଯୋଗଦାନ କରି ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ସେ ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରେ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ସୁଚାରୁରୂପେ କାର୍ଯ୍ୟ ସମ୍ପାଦନ କରିଆସିଛନ୍ତି। ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଶାର ନିର୍ଦ୍ଦେଶ କ୍ରମେ ପଦୋନ୍ନତି ପାଇ ସେ ବ୍ରହ୍ମପୁର ଉପ ନିର୍ଦ୍ଦେଶକ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି।ପୂର୍ବରୁ ଉପ ନିର୍ଦ୍ଦେଶକ ଭାରପ୍ରାପ୍ତ ଦାୟିତ୍ୱରେ ଥିବା ଯୁଗ୍ମ ନିର୍ଦ୍ଦେଶକ ସୁରଜିତ ମିଶ୍ର ପଦୋନ୍ନତି ପାଇ ବର୍ତ୍ତମାନ ଅତିରିକ୍ତ ନିର୍ଦ୍ଦେଶକ, ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଶା ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବ୍ରହ୍ମପୁର ଦକ୍ଷିଣାଞ୍ଚଳ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ, ବ୍ରହ୍ମପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରଶ୍ମିରାଣୀ ନିମାକା, ଲୋକନାଥ ଶତପଥୀ ନୂତନ ଉପ ନିର୍ଦ୍ଦେଶକଙ୍କୁ ସ୍ୱାଗତ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ