ଶିକ୍ଷାବିତ୍ ସ୍ୱର୍ଗତ ଅନ୍ତର୍ଯ୍ୟାମୀ ଓଝାଙ୍କ ଶ୍ରାଦ୍ଧ ବାର୍ଷିକୀ

ବନ୍ତ,(ଚାନ୍ଦିନୀ ମହାନ୍ତି) : ବନ୍ତ ବ୍ଲକ ଟିଲୋ ପଞ୍ଚାୟତ ଦେବତା ଗଢିଆ ଗ୍ରାମର ବିଶିଷ୍ଟ ଶିକ୍ଷାବିତ୍ ତଥା ସାହିତ୍ୟିକ ସ୍ୱର୍ଗତ ଅନ୍ତର୍ଯ୍ୟାମୀ ଓଝାଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି । ଶିକ୍ଷାବିତ୍ ଗୋବିନ୍ଦ ଚନ୍ଦ୍ର ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସ୍ମୃତିଚାରଣ ସଭାରେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ, ଭଣ୍ଡାରିପୋଖରୀ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ, ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ଜେନା, ବନ୍ତ ଆଞ୍ଚଳିକ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଶୁଭେନ୍ଦୁ କୁମାର ମିଶ୍ର, ଶିକ୍ଷାବିତ୍ ଗଣେଶ ପ୍ରସାଦ କରଶର୍ମା, ଭାଗବତ ସୂତାର, ବରିଷ୍ଠ ସାମ୍ବାଦିକ ଡ.ହରିହର ନାୟକ, ସାହିତ୍ୟିକ ନାରାୟଣ ଚନ୍ଦ୍ର ଲେଙ୍କା, ଅବସରପ୍ରାପ୍ତ ଶିକ୍ଷକ ରମାକାନ୍ତ ଜେନା ପ୍ରମୁଖ ଯୋଗ ଦେଇ ସ୍ୱର୍ଗତ ଓଝାଙ୍କ ଅବିସ୍ମରଣୀୟ ଗୁଣାବଳୀ ଉପରେ ସ୍ମୃତିଚାରଣ କରିଥିଲେ । ଏହି ଅବସରରେ ଅତିଥି ମାନଙ୍କ ଦ୍ୱାରା ‘ଯୁଗକୁ ଯୁଗ ଏହି ମତେ’ ପୁସ୍ତକ ଉନ୍ମୋଚିତ ହୋଇଥିଲା । କାର୍ଯ୍ୟକ୍ରମ ପରିଚାଳନାରେ ସାନ ଭାଇ ଅନାଦି ଚରଣ ଓଝା, ପୁତ୍ର ଅମୀୟ ରଞ୍ଜନ ଓଝା, ଅସିତ୍ ରଞ୍ଜନ ଓଝା, ଝିଅ ଡ.ଅରୁନ୍ଧତୀ ଓଝାଙ୍କ ସମେତ ପରିବାରବର୍ଗ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ