ପୂର୍ବତନ ଖେଳ ଶିକ୍ଷକଙ୍କ ପରଲୋକ

ହାଟଡିହି (ଓ୍ବାଇଏନଏସ) ହାଟଡିହି ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ତଥା ସମସ୍ତଙ୍କ ପ୍ରିୟ ଶିକ୍ଷକ ସ୍ୱର୍ଗତ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ଆଜି  ପରଲୋକ ଘଟିଛି। ସେ ଅସୁସ୍ଥ ଥିବାବେଳେ କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି। ତାଙ୍କ ବିୟୋଗ ଖବର ପ୍ରଚାରିତ ହେବା ପରେ ହାଟଡିହି ଅଞ୍ଚଳ ସମେତ ପୂର୍ବତନ ଛାତ୍ରଛାତ୍ରୀ ଓ ଶୁଭେଚ୍ଛୁଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି। ଜଣେ ଆଦର୍ଶ ଖେଳ ଶିକ୍ଷକ ଭାବେ ତାଙ୍କ ଅବଦାନକୁ ସମସ୍ତେ ସ୍ମରଣ କରିଛନ୍ତି। ତାଙ୍କ ବିୟୋଗ ଶିକ୍ଷା ଓ କ୍ରୀଡ଼ା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ପରଲୋକରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ, ବିଜେପି ନେତା ଆଲୋକ ସେଠୀ, ସାଂସଦ ପ୍ରତିନିଧି ଜ୍ଞାନ ରଞ୍ଜନ ସାମନ୍ତ ସିଂହାର, ଜିଲ୍ଲା ପରିଷଦ ବିମ୍ବାଧର ବିଶ୍ୱାଳ, ଅବସରପ୍ରାପ୍ତ ଶିକ୍ଷକ ସଙ୍ଘ ନେତା କମଳ ଲୋଚନ ବିଶ୍ୱାଳ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ