ଅବସରପ୍ରାପ୍ତ ମୁଖ୍ୟ ଲିପିକ ପ୍ରସନ୍ନ ମହାନ୍ତିଙ୍କ ପରଲୋକ

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅବସରପ୍ରାପ୍ତ ମୁଖ୍ୟ ଲିପିକ ପ୍ରସନ୍ନ କୁମାର ମହାନ୍ତିଙ୍କ ୯୦ବର୍ଷ ବୟସରେ କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଭରତପୁର ପଞ୍ଚାୟତର ଜଗନ୍ନାଥପୁର ଗ୍ରାମସ୍ଥିତ ତାଙ୍କ ବାସଭବନରେ ପୂର୍ବାହ୍ନ ୧୧ଟା ବେଳେ ହୃଦଘାତରେ ପରଲୋକ ହୋଇଯାଇଛି। ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ଦୁଇ ପୁଅ, ବୋହୁ, ଦୁଇ ଝିଅ ଓ ଜ୍ୱାଇଁ ଏବଂ ବନ୍ଧୁପରିଜନ ଉପସ୍ଥିତ ଥିଲେ। ସେ ଜଣେ ପରୋପକାରୀ, ବନ୍ଧୁବତ୍ସଳ ଓ ମିଷ୍ଠଭାଷୀ ବ୍ୟକ୍ତି ଭାବେ ସାଧାରଣରେ ପରିଚିତ ଥିଲେ। ତାଙ୍କ ବିୟୋଗ ଖବର ପାଇ ବିଧାୟକ ଗଣେଶ୍ୱର ବେହେରା, ଜିଲ୍ଲା ପରିଷଦ ସଭାପତି ଲିଲିତା ଦାସ, ଜିଲ୍ଲା ପ୍ରତିଭା ପୂଜା ସଂସଦ ସଭାପତି ପ୍ରଦିପ କୁମାର ମହାନ୍ତି, ରାଜକିଶୋର ମହାନ୍ତିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶେଷଦର୍ଶନ କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ତାଙ୍କ ଶେଷ ଇଛାକୁ ସମ୍ମାନ ଜଣାଇ ପରିବାର ପକ୍ଷରୁ ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ଜିଲ୍ଲା କରଣ ସମାଜ ପକ୍ଷରୁ ସ୍ୱର୍ଗତ ମହାନ୍ତିଙ୍କ ବିୟୋଗରେ ଆଇନଜୀବୀ ଅକ୍ଷୟ ମହାନ୍ତି, ଡା. ବିଶ୍ୱପ୍ରକାଶ କାନୁନଗୋ, ଡା. ରମାନାଥ ମହାନ୍ତି, କୈଳାସ ଚନ୍ଦ୍ର ମହାନ୍ତି, ଚିତ୍ତରଞ୍ଜନ ଦାସ, ବସନ୍ତ କୁମାର ଦାସ ପ୍ରମୁଖ ଗଭୀର ଶୋକବ୍ୟକ୍ତ କରିଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ