ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ
ହାଟଡିହି, (ଓ୍ବାଇଏନଏସ): ହାଟଡିହି ବ୍ଲକ ସଡ଼ଙ୍ଗ ପଞ୍ଚାୟତରେ ରାଜ୍ୟରେ ବିଜେପି ସରକାରର ଦୁଇ ବର୍ଷ ଓ କେନ୍ଦ୍ର ସରକାରଙ୍କ ୧୨ବର୍ଷ ପୂର୍ତ୍ତି ଉପଲକ୍ଷେ ‘ବିକାଶର ଧାରା ଓଡିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସଡ଼ଙ୍ଗ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସରପଞ୍ଚ ଅନ୍ତର୍ଯ୍ୟାମୀ ଖଣ୍ଡେଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଜେପି ଶାଳନିଆ ମଣ୍ଡଳ ସଭାପତି ଜଗନ୍ନାଥ ବାରିକ, ଯୁବ ମୋର୍ଚ୍ଚାର ଜିଲ୍ଲା ସଂଯୋଜକ ସୁଧାଂଶୁ ବେହେରା, ପିଇଓ ଶରତ କୁମାର ବେଜ ପ୍ରମୁଖ ଯୋଗଦେଇ ସରକାରଙ୍କ ବିଭିନ୍ନ ଯୋଜନା ଗୁଡିକ ଉପରେ ଆଲୋକପାତ କରିଥିଲେ। ସରକାର କାର୍ଯ୍ୟକାରୀ କରୁଥିବା ଯୋଜନା ଗୁଡିକର କିପରି ସଫଳ ରୂପାୟନ ହେବ ତାହା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ହିତାଧିକାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାରେ କାର୍ଡ ବଣ୍ଟନ କରାଯାଇଥିଲା। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟସେବା ଯୋଗାଇବା ସହିତ ମିଶନ ଶକ୍ତି ପକ୍ଷରୁ ହସ୍ତଶିଳ୍ପ ସାମଗ୍ରୀ ଗୁଡିକ ପଦର୍ଶନ କରାଯାଇଥିଲା। ଏଥିରେ ସଡ଼ଙ୍ଗ ପଞ୍ଚୟତର ସମସ୍ତ ୱାର୍ଡ ସଭ୍ୟସଭ୍ୟା, ମିଶନ ଶକ୍ତି ର କର୍ମକର୍ତ୍ତା ଓ ଶତାଧିକ ମହିଳା ଯୋଗଦେଇଥିଲେ।


