ଭତ୍ତା ଓ ବ୍ୟାଟେରୀ ଚଳିତ ଟ୍ରାଇ ସାଇକେଲ ବଣ୍ଟନ

ବୁଗୁଡ଼ା (ଅନୀଲ କୁମାର ମହାରଣା) : ଗଞ୍ଜାମ ଜିଲ୍ଲାର  ବୁଗୁଡ଼ା ବ୍ଲକ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ଜୁନ ୧୮ ତାରିଖ ଦିନ ନୂତନ ଭତ୍ତା ଓ ବ୍ୟାଟେରୀ ଚଳିତ ଟ୍ରାଇ ସାଇକେଲ ବଣ୍ଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବୁଗୁଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧର୍ମରାଜ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର ମାନ୍ୟବର ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଡେଇଁ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ମାନ୍ୟବର ମନ୍ତ୍ରୀ ଶ୍ରୀ ମଲ୍ଲିକ, ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଉପସ୍ଥିତ ଜନସାଧାରଣଙ୍କୁ ଅବଗତ କରାଇବା ସହିତ ଏହାର ସୁଯୋଗ ନେବାପାଇଁ  ନିବେଦନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବୁଗୁଡା ବ୍ଲକ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପ୍ରତାପ ଚନ୍ଦ୍ର ପ୍ରଧାନ ଓ ବ୍ଲକ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ମଳିକ  ୨୫୪ ଜଣଙ୍କୁ ରାଜ୍ୟ ସରକାରଙ୍କ ନୂତନ ଭତ୍ତା ବଣ୍ଟନ କରିବା ସହ ୬ ଜଣ ଭିନ୍ନକ୍ଷମଙ୍କୁ ବ୍ୟାଟେରୀ ଚାଳିତ ଟ୍ରାଇ ସାଇକେଲ ବଣ୍ଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ହିତାଧିକାରୀଙ୍କ ସମେତ ପଞ୍ଚାୟତ ଲୋକ ପ୍ରତିନିଧି ଓ ବହୁ ଜନସାଧାରଣ ଉପସ୍ଥିତ ଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ