୩୩୦୩ ଜଣ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ
ବନ୍ତ (ଚାନ୍ଦିନୀ ମହାନ୍ତି): ଶନିବାର ବନ୍ତ ବ୍ଲକ ସମ୍ମିଳନୀ କକ୍ଷରେ ୩ ହଜାର ୩ ଶହ ୩ ଜଣ ନୂତନ ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନାରେ ଭତ୍ତା ବଣ୍ଟନ କରାଯାଇଛି। ଶିକ୍ଷକ ଅଭୟ କୁମାର ପ୍ରଧାନଙ୍କ ମଞ୍ଚ ପରିଚାଳନା ଏବଂ ବିଡିଓ ସୀତାକାନ୍ତ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଭଣ୍ଡାରୀ ପୋଖରୀ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ, ବ୍ଳକ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇ, ଉପାଧ୍ୟକ୍ଷା ପ୍ରଗତିବାଳା ସ୍ୱାଇଁ, ଏବିଡ଼ିଓ ମାନସ କୁମାର ଜେନା, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପ୍ରକାଶ ସାହୁ ଯୋଗ ଦେଇ ରାଜ୍ୟ ସରକାରଙ୍କର ଏହି ଭତ୍ତା ଯୋଜନା ବୃଦ୍ଧବୃଦ୍ଧା ମାନଙ୍କ ପାଇଁ ଆଶା ବାଡ଼ି ସଦୃଶ ବୋଲି କହିଥିଲେ। ଏହି ଅବସରରେ ନୂତନ ହିତାଧିକାରୀ ମାନଙ୍କୁ ପ୍ରମାଣ ପତ୍ର ଓ ୨ ମାସର ଭତ୍ତା ପ୍ରଦାନ କରାଯାଇଥିଲା।ଏଥିରେ ସମସ୍ତ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ମାନେ ସହଯୋଗ କରିଥିଲେ।


