ନୂଆ ବର୍ଷରେ ସମସ୍ତ ଅଧିକାରୀଙ୍କ ସହ ଆଲୋଚନା କଲେ ଜିଲ୍ଲାପାଳ
କେନ୍ଦ୍ରାପଡ଼ା, (ଚିତ୍ତ ରଞ୍ଜନ ଦାଶ):ନୂଅ।। ବର୍ଷ ଅବସରରେ ଗୁରୁବାର ପୂର୍ବାହ୍ନରେ ଜିଲ୍ଲାପାଳ ରଘୁରାମ ଆର. ଆୟର ଜିଲ୍ଲା କାର୍ଯ୍ୟାଳୟ ସଦଭାବନା ସଭାଗୃହରେ ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ବିଭିନ୍ନ ବିଭାଗର ଆଗାମୀ କାର୍ଯ୍ୟାପନ୍ଥା ସମ୍ପର୍କରେ ଅଧିକାରୀ ମାନଙ୍କ ସହିତ ଆଲୋଚନା କରିଥିଲେ। ଅଧିକାରୀ ମାନେ ନିଜ ନିଜ ବିଭାଗର ପ୍ରସ୍ତାବିତ କାର୍ଯ୍ୟ ଯେପରିକି ଅଡ଼ିଟୋରିୟମ ନିର୍ମାଣ ,ଅତିଥି ଭବନ, ଇଣ୍ଡୋର ହଲ, ସୁଇମିଂ ପୁଲ୍ ନିର୍ମାଣ, ଶୀତଳ ଭଣ୍ଡାର, ନୂତନ ରାସ୍ତା ନିର୍ମାଣ ସହିତ ଅନ୍ୟ ବିଭାଗର ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା। ବିଭାଗ ବିଭାଗ ମଧ୍ୟରେ ଉତ୍ତମ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ଜିଲ୍ଲାପାଳ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି। ପ୍ରତ୍ୟେକ ବିଭାଗର ସଫଳତା ହିଁ ଜିଲ୍ଲାର ସଫଳତା ବୋଲି ଜିଲ୍ଲାପାଳ କହିଛନ୍ତି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ନବକ୍ରିଷ୍ଣ ଜେନା, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ରବୀନ୍ଦ୍ର କୁମାର ମଲ୍ଲିକ, ଉପଜିଲ୍ଲାପାଳ ଅରୁଣ କୁମାର ନାୟକଙ୍କ ସମେତ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବିଡ଼ିଓ ଓ ତହସିଲଦାର ମାନେ ଉପସ୍ଥିତ ଥିଲେ ।


